ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ: ୧୫ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Madhusudan Das Picture
Published On

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳ ଉପରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଭାବରେ ଆସନ୍ତା ୧୨ ଅଗଷ୍ଟ ସୁଦ୍ଧା ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ  ଆଗାମୀ ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଭଲ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନକୁ ପ୍ରବଳ ବର୍ଷା ଜନିତ ଚେତାବନୀ ମଧ୍ୟ ଜାରି ହୋଇଛି। 

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଟ୍ରେନ ଯୋଗେ ବ୍ରହ୍ମପୁର ଯାତ୍ରା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମାଆ କନ୍ଧୁଣୀ ଦେବୀଙ୍କୁ କରିବେ ଦର୍ଶନ

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଶନିବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର  ଏବେ ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ସଂଲଗ୍ନ ଛତିଶଗଡ଼ରେ ସକ୍ରିୟ ରହିଛି। ବର୍ତ୍ତମାନ ଏହାର ପ୍ରଭାବ ରାଜ୍ୟ ଉପରେ ନାହିଁ। ବର୍ତ୍ତମାନ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଅନେକ ସ୍ଥାନରେ ବର୍ଷା ହେଉଛି। ଆଗକୁ ଲଘୁଚାପ ସହ ସକ୍ରିୟ ମୌସୁମୀ ପ୍ରଭାବରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି କ୍ରମରେ ଆଜି ସାରା ରାଜ୍ୟରେ ବର୍ଷା ସହ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ୱଲପୁର ଓ ଦେବଗଡ଼ ଆଦି ୨୨ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। 

ଆହୁରି ପଢ଼ନ୍ତୁ: ଏଜିଏମ ହାଉସିଂ ଗ୍ରୁପ୍ ଏବଂ ହର୍ଷପ୍ରିୟା ଗ୍ରୁପ୍ ର ଭୁବନେଶ୍ୱରରେ ଏକ ଐତିହାସିକ ବିଲାସବହୁଳ ଆବାସିକ ପ୍ରକଳ୍ପ 'କ୍ବାଲା' ର ଶୁଭାରମ୍ଭ

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ  ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ପବନର ବେଗ ବୃଦ୍ଧି ପାଇ ୩୫ରୁ ୪୫ କିମି ସର୍ବାଧିକ ୫୫ କିମି ପର୍ଯ୍ୟନ୍ତ ପହଞ୍ଚିବା ଆଶଙ୍କା କରାଯାଉଛି। ଏଥିପାଇଁ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ମସ୍ଥ୍ୟଜୀବୀଙ୍କୁ ବାରଣ କରାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୪ଟି ଷ୍ଟେସନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଗଞ୍ଜାମ ପାତ୍ରପୁରରେ ସର୍ବାଧିକ ୮୦.୪ ମିମି ବର୍ଷା ରେକର୍ଡ ହୋଇଛି। ଜୁନ ୧ରୁ ଏଯାବତ ସାରା ରାଜ୍ୟରେ ସମୁଦାୟ ବର୍ଷା ୮୬୪.୩ ମିମି ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ୬୭୭ ମିମି ତୁଳନାରେ ବର୍ଷାର ପରିମାଣ ୨୮ ପ୍ରତିଶତ ଅଧିକ ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

11 Aug 2026 By Madhusudan Das

ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ: ୧୫ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳ ଉପରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଭାବରେ ଆସନ୍ତା ୧୨ ଅଗଷ୍ଟ ସୁଦ୍ଧା ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ  ଆଗାମୀ ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଭଲ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନକୁ ପ୍ରବଳ ବର୍ଷା ଜନିତ ଚେତାବନୀ ମଧ୍ୟ ଜାରି ହୋଇଛି। 

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଶନିବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର  ଏବେ ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ସଂଲଗ୍ନ ଛତିଶଗଡ଼ରେ ସକ୍ରିୟ ରହିଛି। ବର୍ତ୍ତମାନ ଏହାର ପ୍ରଭାବ ରାଜ୍ୟ ଉପରେ ନାହିଁ। ବର୍ତ୍ତମାନ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଅନେକ ସ୍ଥାନରେ ବର୍ଷା ହେଉଛି। ଆଗକୁ ଲଘୁଚାପ ସହ ସକ୍ରିୟ ମୌସୁମୀ ପ୍ରଭାବରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି କ୍ରମରେ ଆଜି ସାରା ରାଜ୍ୟରେ ବର୍ଷା ସହ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ୱଲପୁର ଓ ଦେବଗଡ଼ ଆଦି ୨୨ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। 

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ  ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ପବନର ବେଗ ବୃଦ୍ଧି ପାଇ ୩୫ରୁ ୪୫ କିମି ସର୍ବାଧିକ ୫୫ କିମି ପର୍ଯ୍ୟନ୍ତ ପହଞ୍ଚିବା ଆଶଙ୍କା କରାଯାଉଛି। ଏଥିପାଇଁ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ମସ୍ଥ୍ୟଜୀବୀଙ୍କୁ ବାରଣ କରାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୪ଟି ଷ୍ଟେସନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଗଞ୍ଜାମ ପାତ୍ରପୁରରେ ସର୍ବାଧିକ ୮୦.୪ ମିମି ବର୍ଷା ରେକର୍ଡ ହୋଇଛି। ଜୁନ ୧ରୁ ଏଯାବତ ସାରା ରାଜ୍ୟରେ ସମୁଦାୟ ବର୍ଷା ୮୬୪.୩ ମିମି ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ୬୭୭ ମିମି ତୁଳନାରେ ବର୍ଷାର ପରିମାଣ ୨୮ ପ୍ରତିଶତ ଅଧିକ ରେକର୍ଡ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର