ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ସକାଳୁ ଲାଗିରହିଛି ଭୀଷଣ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାବରେ ଭୋର ୪ ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି । ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ପାହାନ୍ତିଆରୁ ଲାଗିରହିଛି ଭୀଷଣ ବର୍ଷା । ଘଣ୍ଟାପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହୋଇଛି । ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି । […]

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାବରେ ଭୋର ୪ ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି । ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ପାହାନ୍ତିଆରୁ ଲାଗିରହିଛି ଭୀଷଣ ବର୍ଷା । ଘଣ୍ଟାପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହୋଇଛି । ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟ ଖାଁଖାଁ ଦେଖିବାକୁ ମିଳୁଛି । ୭ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୭ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଆକଳନ କରିଥିଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

ଏହାସହ ୧୭ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ବୌଦ୍ଧ, ସୋନପୁର ଓ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ପ୍ରେମିକାକୁ ହତ୍ୟା କରି ଦୁର୍ଘଟଣା ରୂପ ଦେଇଥିଲା ପ୍ରେମିକ, ବାନ୍ଧିଲା ପୋଲିସ

16 Jul 2022 By The Sakala

ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ସକାଳୁ ଲାଗିରହିଛି ଭୀଷଣ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାବରେ ଭୋର ୪ ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି । ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ପାହାନ୍ତିଆରୁ ଲାଗିରହିଛି ଭୀଷଣ ବର୍ଷା । ଘଣ୍ଟାପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହୋଇଛି । ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟ ଖାଁଖାଁ ଦେଖିବାକୁ ମିଳୁଛି । ୭ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୭ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଆକଳନ କରିଥିଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହାସହ ୧୭ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ବୌଦ୍ଧ, ସୋନପୁର ଓ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର