ରାଜ୍ଯରେ ଆସନ୍ତା ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା, ଆଜି ପାଇଁ ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ୩ଦିନ ପାଇଁ  ବିଭିନ୍ନ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। #PressRelease on #LowPressure area over northern parts of Central Bay of Bengal. pic.twitter.com/XOb6wULDtB — Meteorological Centre, […]

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ୩ଦିନ ପାଇଁ  ବିଭିନ୍ନ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


ପ୍ରଥମଦିନ ଅର୍ଥାତ ଶୁକ୍ରବାର ପାଇଁ ୧୪ ଜିଲ୍ଲାକୁ ୱେଲୋ  ୱାର୍ଣ୍ଣିଂ ଜାରି କରାଯାଇଛି। ୧୪ ଜିଲ୍ଲାଗୁଡିକ ହେଲା-  ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ମୟୁରଭଞ୍ଜ, କେନ୍ଦୁଝର ଓ ଢେଙ୍କାନଳ ।

ଦ୍ବିତୀୟ ଦିନ ୧୫ ତାରିଖ ଶନିବାର ପାଇଁ ୧୯ ଜିଲ୍ଲାକୁ ୱେଲୋ  ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ଜିଲ୍ଲାଗୁଡିକ ହେଲା- ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, , ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନଳ, କୋରାପୁଟ , ମାଲକାନାଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡ଼ା ।

ସେହିପରି ତୃତୀୟଦିନ ଅର୍ଥାତ ୧୭ ତାରିଖ ପାଇଁ ୬ ଜିଲ୍ଲାକୁ ୱେଲୋ  ୱାର୍ଣ୍ଣିଂ ଜାରି କରାଯାଇଛି । ୬ ଜିଲ୍ଲାଗୁଡିକ ହେଲା-  ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର  ଓ ପୁରୀ ।

About The Author: The Sakala