ଆସୁଛି ବଡ଼ ବର୍ଷା, କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା…

ଭୁବନେଶ୍ୱର: ଯୋଡ଼ା ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷା। ବର୍ତ୍ତମାନ ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ତାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଅନ୍ୟ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଦୁଇଟି ପୃଥକ୍‌ ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ଦୁଇ ଦିନ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାର ପ୍ରଭାବ ମୁଖ୍ୟତଃ ଉପକୂଳବର୍ତ୍ତୀ ଜିଲ୍ଲାରେ ରହିବାକୁ ଥିବା […]

ଭୁବନେଶ୍ୱର: ଯୋଡ଼ା ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷା। ବର୍ତ୍ତମାନ ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ତାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଅନ୍ୟ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଦୁଇଟି ପୃଥକ୍‌ ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ଦୁଇ ଦିନ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାର ପ୍ରଭାବ ମୁଖ୍ୟତଃ ଉପକୂଳବର୍ତ୍ତୀ ଜିଲ୍ଲାରେ ରହିବାକୁ ଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ କରାଯାଇଛି।

ଏହି ଲଘୁଚାପ ଯୋଗୁଁ ସୋମବାର ସମ୍ୱଲପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରୁସୁଗୁଡା ଓ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ଅନୁଗୋଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ନୟାଗଡ଼, ଦେବଗଡ଼, ବଲାଙ୍ଗିର, କନ୍ଧମାଳ ଓ କଳାହାଣ୍ଡି , ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ,ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିବା ସହ ପ୍ରବଳ ବର୍ଷା ଏବଂ ବିଜୁଳି, ଘଡ଼ଘଡିର ଚେତାବନୀ ଦେଇଛି। ସେହିପରି ୧୫,୧୬,୧୭ ତାରିଖ ପାଇଁ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଆଲର୍ଟ ସହ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ଲଘୁଚାପ ଯୋଗୁଁ ସମଦ୍ର ଅଶାନ୍ତ ରହିବ ତେଣୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଗତ ୨୪ଘଣ୍ଟାରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ କଳାହାଣ୍ଡିର ଥୁଆମୂଳ ରାମପୁର ଠାରେ ୬୫ମିମି ବର୍ଷା ରେକର୍ଡ ହୋଇଛି ଏବଂ କଟକ କଣ୍ଟାପଡ଼ାରେ ୬୨ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବଜ୍ରାଘାତରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସମ୍ୱଲପୁର, ଯାଜପୁର, ଭଦ୍ରକ ଓ ଜଗତସିଂହପୁର ଜିଲ୍ଲାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

About The Author: The Sakala