ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର : ଶନିବାର ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଓଡ଼ିଶା ଉପରେ ଏକ ଟ୍ରଫ୍‍ଲାଇନ୍‍ ରହିଛି। ଏହା ପ୍ରଭାବରେ ହିଁ ଏହି ବର୍ଷା ହେଉଛି। ବର୍ଷା ସହିତ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, […]

ଭୁବନେଶ୍ୱର : ଶନିବାର ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଓଡ଼ିଶା ଉପରେ ଏକ ଟ୍ରଫ୍‍ଲାଇନ୍‍ ରହିଛି। ଏହା ପ୍ରଭାବରେ ହିଁ ଏହି ବର୍ଷା ହେଉଛି। ବର୍ଷା ସହିତ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ବୋଲି ପାଣପିାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ରବିବାରଠାରୁ ବିଜୁଳି ଘଡ଼ଘଡ଼ିର ପରିମାଣ ହ୍ରାସ ପାଇବା ସହିତ ବର୍ଷାର ପରିମାଣ ବୃଦ୍ଧି ହେବ। ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୧୧ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ହେବାର ସମ୍ଭାବନା ରହିଛି। ଅନ୍ୟପଟେ ରାଜ୍ୟରେ ନିଅଣ୍ଟିଆ ବର୍ଷା ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ସ୍ୱାଭାବିକଠାରୁ ୧୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ କଟକରେ ୩୦ ମିଲିମିଟର ବର୍ଷା ହୋଇଥିବା ବେଳେ ମାଲକାନଗିରିରେ ୨୧ ଓ ପାରଳାଖେମୁଣ୍ଡିରେ ୨୦ ମିମି ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର