ଆସନ୍ତାକାଲିଠୁ ପ୍ରବଳ ବର୍ଷା : ଆଜି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ପାଇଁ ୨୦ ଜିଲ୍ଲାକୁ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଅଂଚଳରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଏହିସବୁ ଜିଲ୍ଲାରେ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି। ସେପଟେ ୩୧ ତାରିଖ ଅର୍ଥାତ ଆସନ୍ତାକାଲିଠୁ ପୁଣି ବର୍ଷା ବଢ଼ିବ। ଆସନ୍ତା ୩ ତାରିଖରେ […]
ଭୁବନେଶ୍ୱର: ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ପାଇଁ ୨୦ ଜିଲ୍ଲାକୁ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଅଂଚଳରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଏହିସବୁ ଜିଲ୍ଲାରେ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି।
ସେପଟେ ୩୧ ତାରିଖ ଅର୍ଥାତ ଆସନ୍ତାକାଲିଠୁ ପୁଣି ବର୍ଷା ବଢ଼ିବ। ଆସନ୍ତା ୩ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ବଢ଼ିବ। ଗୋଟିଏ ସେପ୍ଟେମ୍ୱର ପ୍ରଥମ ସପ୍ତାହରେ ଓ ଆଉ ଗୋଟିଏ ଦ୍ୱିତୀୟ ସପ୍ତାହରେ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଆଗମୀ ଦୁଇ ସପ୍ତାହ ପାଇଁ ବିସ୍ତାରିତ ପାଣିପାଗର ପୂର୍ବାନୁମାନ ଜାରି ହୋଇଛି।
ଏହି ଆକଳନ ଅନୁସାରେ, ସେପ୍ଟେମ୍ୱର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଅଧିକ ଘନୀଭୂତ ହୋଇ ୫ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ଅଛି। ଏହାପରେ ଦ୍ୱିତୀୟ ସପ୍ତାହ ବେଳକୁ ପୁଣି ଆଉ ଏକ ଲଘୁଚାପ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ଅଛି। ତେଣୁ ଓଡ଼ିଶାରେ ଆସନ୍ତା ଅଗଷ୍ଟ ୩୧ରୁ ସେପ୍ଟେମ୍ୱର ୩ ଭିତରେ ପ୍ରବଳ ବର୍ଷା ହୋଇପାରେ। ଗତ ୨୪ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ହ୍ରାସ ପାଇଛି। ମାତ୍ର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଥିବା ଜଣାପଡ଼ିଛି। ଶନିବାର ମଧ୍ୟ ଅଧିକାଂଶ ସ୍ଥାନରେ ବର୍ଷାର ପ୍ରଭାବ କମିବା ସହ କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ୩୧ରେ ବର୍ଷା ବଢ଼ିବା ଯୋଗୁଁ କିଛି କିଛି ଜିଲ୍ଲା ପାଇଁ ଆଲର୍ଟ ଜାରି ହୋଇଛି।






