ରାଜ୍ଯରେ ୨୪ ଘଣ୍ଟାରେ ୮ ଜିଲ୍ଲାରେ ଅତିପ୍ରବଳ ଓ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ଏକ ସପ୍ତାହ ପର୍ଯ୍ଯନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବାର ସମ୍ଭବନା ରହିଛି।ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଓ ଅତି ପ୍ରବଳ ବର୍ଷା  ସମ୍ଭାବନା ରହିଛି। ତେବେ  ୮ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି। ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ୮ ଜିଲ୍ଲାଗୁଡିକ […]

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ଏକ ସପ୍ତାହ ପର୍ଯ୍ଯନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବାର ସମ୍ଭବନା ରହିଛି।ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଓ ଅତି ପ୍ରବଳ ବର୍ଷା  ସମ୍ଭାବନା ରହିଛି। ତେବେ  ୮ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ୮ ଜିଲ୍ଲାଗୁଡିକ ହେଲା- କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଂଜାମ, କୋରାପୁଟ, ରାୟଗଡ଼ା ଏବଂ ମାଲକାନାଗିରି। ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ସେହିପରି  କଟକ, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ବୌଦ୍ଧ, ନୂଆପଡ଼ା, ଯାଜପୁର, ନୟାଗଡ଼, ଭଦ୍ରକ, ବଲାଙ୍ଗୀର, ସୋନପୁର, ପୁରୀ, ଖୋର୍ଦ୍ଧା ଏବଂ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର