ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା, ବିଭିନ୍ନ ନଦୀରେ ବନ୍ୟା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ବର୍ଷାର ପ୍ରଭାବ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ତଥା ପାଶ୍ୱର୍ବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ରହିଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଅନୁରୂପ ଭାବରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ମଧ୍ୟ […]

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ବର୍ଷାର ପ୍ରଭାବ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ତଥା ପାଶ୍ୱର୍ବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ରହିଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଅନୁରୂପ ଭାବରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ମଧ୍ୟ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେଣୁ ଯୋଡ଼ି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଖେଇ କାଠ ନେବାକୁ ନେଇ ବିବାଦ: ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ବନ୍ଦ କଲେ ବିଶ୍ୱକର୍ମା ମହାରଣା

ଆଇଏମ୍‌ଡି ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ ସୃଷ୍ଟ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଝାରଖଣ୍ଡ ଓ ଛତିଶଗଡ଼ରେ ବର୍ଷା ବଢ଼ିବ। ଏହି ସମୟରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଓ କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଫଳରେ ମହାନଦୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବୈତରଣୀ ଆଦି ନଦୀ ଅବବାହିକାରେ ପୁଣି ବର୍ଷାର ଆଶଙ୍କା ରହିଛି। ସାଧାରଣତଃ ଅବପାତର ଦକ୍ଷିଣ ଭାଗରେ ଅଧିକ ବର୍ଷା ହୋଇଥାଏ। ତେଣୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ଆଶଙ୍କା ରହିଛି। ଏହା ସହିତ ଅବପାତ ପ୍ରଭାବରେ ବର୍ଷା ଯୋଗୁଁ ବନ୍ୟା ଜନିତ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ରାଜ୍ୟରେ ପ୍ରବଳ ବର୍ଷା ପାଇଁ ସାରା ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଉତ୍ତର ଓ ପଶ୍ଚିମ ଓଡ଼ିଶାର ୬ ଜିଲ୍ଲା ଯଥା ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଣ୍ଟର ପର୍ଯ୍ୟନ୍ତ ବର୍ଷା ହେବ।

ଆହୁରି ପଢ଼ନ୍ତୁ: ପିଏମ୍ ସ୍ୱନିଧି ଋଣ ଉପରେ ସମ୍ପୂର୍ଣ୍ଣ ଷ୍ଟାମ୍ପ ଡ୍ୟୁଟି ଛାଡ଼ କଲେ ଓଡିଶା ସରକାର

15 Jul 2025 By The Sakala

ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା, ବିଭିନ୍ନ ନଦୀରେ ବନ୍ୟା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ବର୍ଷାର ପ୍ରଭାବ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ତଥା ପାଶ୍ୱର୍ବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ରହିଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଅନୁରୂପ ଭାବରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ମଧ୍ୟ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେଣୁ ଯୋଡ଼ି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇଛି।

ଆଇଏମ୍‌ଡି ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ ସୃଷ୍ଟ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଝାରଖଣ୍ଡ ଓ ଛତିଶଗଡ଼ରେ ବର୍ଷା ବଢ଼ିବ। ଏହି ସମୟରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଓ କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଫଳରେ ମହାନଦୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବୈତରଣୀ ଆଦି ନଦୀ ଅବବାହିକାରେ ପୁଣି ବର୍ଷାର ଆଶଙ୍କା ରହିଛି। ସାଧାରଣତଃ ଅବପାତର ଦକ୍ଷିଣ ଭାଗରେ ଅଧିକ ବର୍ଷା ହୋଇଥାଏ। ତେଣୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ଆଶଙ୍କା ରହିଛି। ଏହା ସହିତ ଅବପାତ ପ୍ରଭାବରେ ବର୍ଷା ଯୋଗୁଁ ବନ୍ୟା ଜନିତ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ରାଜ୍ୟରେ ପ୍ରବଳ ବର୍ଷା ପାଇଁ ସାରା ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଉତ୍ତର ଓ ପଶ୍ଚିମ ଓଡ଼ିଶାର ୬ ଜିଲ୍ଲା ଯଥା ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଣ୍ଟର ପର୍ଯ୍ୟନ୍ତ ବର୍ଷା ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର