ଆସୁଛି ଆଉ ଦୁଇଟି ଲଘୁଚାପ : ସେପ୍ଟେମ୍ବର ପହିଲାରୁ ପ୍ରବଳ ବର୍ଷା

The Sakala Picture
Published On

ଭୁବନେଶ୍ୱର : ଆସୁଛି ଆଉ ଦୁଇଟି ଲଘୁଚାପ। ଯାହାର ପ୍ରଭାବରେ ରାଜ୍ୟରେ ସେପ୍ଟେମ୍ବର ପହିଲାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଗୋଟିଏ ଲଘୁଚାପ ଓ ଦ୍ଵିତୀୟ ସପ୍ତାହରେ ଆଉ ଗୋଟିଏ ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ଜାରି ହୋଇଛି। ଆକଳନ ଅନୁସାରେ ସେପ୍ଟେମ୍ବର ୩ ତାରିଖବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଅଧିକ ଘନୀଭୂତ ହୋଇ ୫ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା […]

ଭୁବନେଶ୍ୱର : ଆସୁଛି ଆଉ ଦୁଇଟି ଲଘୁଚାପ। ଯାହାର ପ୍ରଭାବରେ ରାଜ୍ୟରେ ସେପ୍ଟେମ୍ବର ପହିଲାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଗୋଟିଏ ଲଘୁଚାପ ଓ ଦ୍ଵିତୀୟ ସପ୍ତାହରେ ଆଉ ଗୋଟିଏ ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ଜାରି ହୋଇଛି। ଆକଳନ ଅନୁସାରେ ସେପ୍ଟେମ୍ବର ୩ ତାରିଖବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଅଧିକ ଘନୀଭୂତ ହୋଇ ୫ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ଅଛି। ଏହାପରେ ଦ୍ଵିତୀୟ ସପ୍ତାହ ବେଳକୁ ପୁଣି ଆଉ ଏକ ଲଘୁଚାପ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ଅଛି। ଓଡ଼ିଶାରେ ଆସନ୍ତା ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୩ ଭିତରେ ପ୍ରବଳ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଡିଭାଇଡରକୁ ପିଟି ହୋଇ ଓଲଟିଲା ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାଉଥିବା ବସ୍, ୨ ଗୁରୁତର

ସେପଟେ ଚଳିତ ମାସ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ରାଜ୍ୟଠାରୁ ଧୀରେ ଧୀରେ ଦୂରକୁ ଯାଉଛି। ବର୍ତ୍ତମାନ ଏହି ଲଘୁଚାପ କେନ୍ଦ୍ରୀୟ ଛିତିଶଗଡ଼ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଯଦିଓ ଏହା ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ବର୍ଷାର ପରିମାଣ ହ୍ରାସ ପାଇଛି; ମାତ୍ର ଲଘୁଚାପ ଯୋଗୁଁ ଗତ ୨ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବ୍ୟାପକ ବର୍ଷା ହୋଇଛି। ପ୍ରଥମେ ଲଘୁଚାପ ଯୋଗୁଁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିବା ବେଳେ ସେଠାରେ ବିଭିନ୍ନ ନଦୀରେ ଜଳସ୍ତର ବଢ଼ିଛି। ବିଶେଷକରି ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ଯୋଗୁଁ ଜନଜୀବନ ବିଶେଷ ଭାବେ ପ୍ରଭାବିତ ହୋଇଛି।

ଆହୁରି ପଢ଼ନ୍ତୁ: ଅବକାରୀ ବିଭାଗର ଚଢ଼ାଉବେଳେ ୨୪୦୦ ବୋତଲ କଫ୍ ସିରପ୍ ଜବତ, ଜଣେ ଗିରଫ

ଗୁରୁବାର ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଏବେ ଛତିଶଗଡ଼ ସୀମାନ୍ତବର୍ତ୍ତୀ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ଲାଗି ରହିଛି। ଶୁକ୍ରବାରଠାରୁ ଦୁଇ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ କମିବାକୁ ଥିଲେ ମଧ୍ୟ ୧ ତାରିଖରୁ ପୁଣି ଥରେ ବର୍ଷାର ପ୍ରଭାବ ବଢ଼ିବା ନେଇ ଆଶଙ୍କା କରାଯାଇଛି। କାରଣ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡିଶା ଉପକୂଳରେ ପୁଣି ଏକ ଲଘୁଚାପ ସୃଷ୍ଟି ନେଇ ସମ୍ଭାବନା ରହିଛି। ଯାହାଫଳରେ ସେପ୍ଟେମ୍ୱରରୁ ପହିଲାରୁ ରାଜ୍ୟରେ ଜାରି ରହିବ ବର୍ଷା ବୃଦ୍ଧି ପାଇବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରାର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଛତିଶଗଡ଼ ଉପରେ ବର୍ତ୍ତମାନ ଲଘୁଚାପଟି ସକ୍ରିୟ ରହିଛି। ଗୁରୁବାର ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ଶୁକ୍ରବାରଠାରୁ ବର୍ଷାର ପରିମାଣ କମିବା ସମ୍ଭାବନା ରହିଛି। ଉତ୍ତର ଓ ଉପକୂଳ ଓଡିଶାର କିଛି ଅଞ୍ଚଳରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୩୦ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନା ନଥିବା ବେଳେ ପୁଣି ୩୧ ରୁ ବର୍ଷା ବଢ଼ିବା ଆକଳନ କରାଯାଉଛି।

ଆହୁରି ପଢ଼ନ୍ତୁ: ବାତ୍ୟା ‘ଅକୱାନ’ ପ୍ରଭାବରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ଆନ୍ଧ୍ର ଉପକୂଳରେ କରିପାରେ ଲ୍ୟାଣ୍ଡଫଲ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର