ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର : ଶୁକ୍ରବାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ | ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବି ଭାରି ବର୍ଷା ହୋଇପାରେ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ମୌସୁମୀ ପ୍ରଭାବରେ ରାଜ୍ୟରେ ଆଜି ସୁଦ୍ଧା ୧୬୨୮ ମିମି ବର୍ଷା […]
ଭୁବନେଶ୍ୱର : ଶୁକ୍ରବାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ | ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବି ଭାରି ବର୍ଷା ହୋଇପାରେ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ମୌସୁମୀ ପ୍ରଭାବରେ ରାଜ୍ୟରେ ଆଜି ସୁଦ୍ଧା ୧୬୨୮ ମିମି ବର୍ଷା ଅନୁଭୂତ ହୋଇଛି । ଯାହା ସ୍ବାଭାବିକ ବର୍ଷା ୧୫୬୧ ମିମି ଠାରୁ ୪ ପ୍ରତିଶତ ଅଧିକ ରହିଛି । ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ଼, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଠାରେ ନିଅଣ୍ଟିଆ ବର୍ଷା ରହିଛି ।
ପୁରୀ, ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ସ୍ବାଭାବିକଠାରୁ ଅତ୍ୟଧିକ ଅର୍ଥାତ ୬୦ ପ୍ରତିଶତ ଅଧିକ ବର୍ଷା ହୋଇଛି। ୧୦ ଜିଲ୍ଲା ଦେବଗଡ, ସମ୍ବଲପୁର, କୋରାପୁଟ, ବରଗଡ, ସୋନପୁର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ମାଲକାନଗିରିଠାରେ ସ୍ବାଭାବିକଠାରୁ ୨୦ ରୁ ୫୯ ପ୍ରତିଶତ ଯାଏଁ ଅଧିକ ବର୍ଷା ରେକର୍ଡ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧୂକ୨୫୧୩ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୭୫୦ ମିମି ବର୍ଷା ରେକର୍ଡ ହୋଇଛି । ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ଥିବାରୁ ଲୋକମାନଙ୍କୁ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।