ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଗୁରୁବାର ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିହାରରୁ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଏକ ଟ୍ରଫଲାଇନ ରହିଛି। ଏହା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନବରଙ୍ଗପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, […]

ଭୁବନେଶ୍ୱର : ଗୁରୁବାର ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିହାରରୁ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଏକ ଟ୍ରଫଲାଇନ ରହିଛି। ଏହା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନବରଙ୍ଗପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବ।

ତେବେ ୧୫ରୁ ୧୬ ତାରିଖ ପରେ ରାଜ୍ୟରେ ମୌସୁମୀ ସ୍ୱଭାବିକ ଅବସ୍ଥାକୁ ଫେରିବାର ସମ୍ଭାବନା ରହିଛି। ତେଣୁ ଏହା ପରେ ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚଆର ବିଶ୍ୱାସ କହିଛନ୍ତି। ଗୁରୁବାର ପରେ ଶୁକ୍ରବାର ବର୍ଷାର ପରିମାଣ ସାମାନ୍ୟ ହ୍ରାସ ପାଇଁ ଶନିବାର ପୁଣି ବର୍ଷା ହେବ ବୋଲି କେନ୍ଦ୍ର ନିଜର ବୁଲେଟିନ୍‍ରେ ଜାରି କରିଛି।

About The Author: The Sakala