ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା

The Sakala Picture
Published On

ଭୁବନେଶ୍ୱର : ଦକ୍ଷିଣ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଘୁର୍ଣ୍ଣିବଳୟ ଯୋଗୁ ମୌସୁମୀ ସ୍ୱାଭାବିକ ଅବସ୍ଥାକୁ ଫେରୁଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାରୁ ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଏହି ବର୍ଷାର […]

ଭୁବନେଶ୍ୱର : ଦକ୍ଷିଣ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଘୁର୍ଣ୍ଣିବଳୟ ଯୋଗୁ ମୌସୁମୀ ସ୍ୱାଭାବିକ ଅବସ୍ଥାକୁ ଫେରୁଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାରୁ ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଏହି ବର୍ଷାର ପରିମାଣ ବୃଦ୍ଧି ହେବାର ଥିବା ବେଳେ ବୁଧବାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ବୁଧବାର କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ଦେବଗଡ଼଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମଲାକାନଗିରି ଓ ସୁନ୍ଦରଗଡ଼଼ରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ୨୨ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ହେବା ସହିତ ଅଞ୍ଚଳୱାରୀ ମଧ୍ୟ ବର୍ଷା ବଢ଼଼ିବ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

21 Jul 2021 By The Sakala

ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଦକ୍ଷିଣ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଘୁର୍ଣ୍ଣିବଳୟ ଯୋଗୁ ମୌସୁମୀ ସ୍ୱାଭାବିକ ଅବସ୍ଥାକୁ ଫେରୁଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାରୁ ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଏହି ବର୍ଷାର ପରିମାଣ ବୃଦ୍ଧି ହେବାର ଥିବା ବେଳେ ବୁଧବାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବୁଧବାର କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ଦେବଗଡ଼଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମଲାକାନଗିରି ଓ ସୁନ୍ଦରଗଡ଼଼ରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ୨୨ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ହେବା ସହିତ ଅଞ୍ଚଳୱାରୀ ମଧ୍ୟ ବର୍ଷା ବଢ଼଼ିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର