ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ, ପ୍ରଭାବରେ ୩୦ ତାରିଖରୁ ବଢ଼ିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆଗକୁ ଆସୁଛି ବଡ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ମିଆଁମାରା ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । କାଲି ଦକ୍ଷିଣ ଚୀନ୍ ସମୁଦ୍ରରୁ ଆଣ୍ଡାମାନ୍ ସାଗରକୁ ପ୍ରବେଶ କରିବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ […]

ଭୁବନେଶ୍ୱର: ରାଜ୍ୟରେ ଆଗକୁ ଆସୁଛି ବଡ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ମିଆଁମାରା ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । କାଲି ଦକ୍ଷିଣ ଚୀନ୍ ସମୁଦ୍ରରୁ ଆଣ୍ଡାମାନ୍ ସାଗରକୁ ପ୍ରବେଶ କରିବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ । ପରେ ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ୩୦ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି । ସେହିଭଳି ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୩୦ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୧ ତାରିଖରୁ ଆହୁରି ବଢିବ ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ । ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

About The Author: The Sakala