ଆସନ୍ତା ୨୪ ଘଣ୍ଟାରେ ରାଜ୍ଯର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ୨୪ ଘଣ୍ଟା ପାଇଁ ୨ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହପରି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାର କରାଯାଇଛି। ତେବେ ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା […]

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ୨୪ ଘଣ୍ଟା ପାଇଁ ୨ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହପରି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାର କରାଯାଇଛି।

ତେବେ ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଦ୍ବୟ ହେଲା କଳାହାଣ୍ଡି ଓ ରାୟଗଡ଼ା । ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, କଟକ, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

About The Author: The Sakala