ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇଛି। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାଦ୍ୱରା ଗଣେଶ ପୂଜାରେ ରାଜଧାନୀ ଭୁବନେଶ୍ୱର ସମେତ ଦକ୍ଷିଣ ଓଡ଼ିଶା ଓ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇଛି। ଏହି ଲଘୁଚାପ ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଥିବାରୁ ଦୁଇ ଦିନ ପର୍ଯ୍ୟନ୍ତ […]

ଭୁବନେଶ୍ୱର: ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇଛି। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାଦ୍ୱରା ଗଣେଶ ପୂଜାରେ ରାଜଧାନୀ ଭୁବନେଶ୍ୱର ସମେତ ଦକ୍ଷିଣ ଓଡ଼ିଶା ଓ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇଛି। ଏହି ଲଘୁଚାପ ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଥିବାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌‌ ଅନୁସାରେ, ୨୦ ତାରିଖ ଅର୍ଥାତ ବୁଧବାର କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗିର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେ.ମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଜାରି କରିଛି। ତେବେ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହୁଥିବାରୁ ବର୍ଷା ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଗୁରୁବାର ମଧ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରିଛି।

ଆହୁରି ପଢ଼ନ୍ତୁ: ଚିଲିକା ନଳବଣରେ ଭୟାବହ ଅଗ୍ନିକାଣ୍ଡ: ୬ ଦିନ ହେଲା ଜଳୁଛି ନିଆଁ, ବିଦେଶାଗତ ପକ୍ଷୀଙ୍କ ଜୀବନ ସଙ୍କଟରେ

ଗତ ୨୪ ଘଣ୍ଟାରେ ଛତ୍ରପୁରରେ ୩୪, ପୁରୀରେ ୨୧, ଭଦ୍ରକ ୧୪, ଅନୁଗୁଳ, ପୁରୀ ଓ ଭଦ୍ରକରେ ୧୦ ମିମି ଲେଖାଏଁ ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ଏହି ଜିଲ୍ଲାଗୁଡ଼ିକରେ କଚ୍ଚା ଘର ସାଙ୍ଗକୁ କଚ୍ଚା ରାସ୍ତା ପ୍ରଭାବିତ ହେବାର ଆଶଙ୍କା ରହିଛି। ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାକୁ ଥିବାରୁ ଏହାର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ସେହିପରି ବର୍ଷା ସମୟରେ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଗୁରୁବାର ମଧ୍ୟ ଅନେକ ଜିଲ୍ଲାରେ ସମାନ ସ୍ଥିତି ସୃଷ୍ଟି ହେବାକୁ ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

20 Sep 2023 By The Sakala

ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇଛି। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାଦ୍ୱରା ଗଣେଶ ପୂଜାରେ ରାଜଧାନୀ ଭୁବନେଶ୍ୱର ସମେତ ଦକ୍ଷିଣ ଓଡ଼ିଶା ଓ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇଛି। ଏହି ଲଘୁଚାପ ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଥିବାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌‌ ଅନୁସାରେ, ୨୦ ତାରିଖ ଅର୍ଥାତ ବୁଧବାର କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗିର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେ.ମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଜାରି କରିଛି। ତେବେ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହୁଥିବାରୁ ବର୍ଷା ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଗୁରୁବାର ମଧ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରିଛି।

ଗତ ୨୪ ଘଣ୍ଟାରେ ଛତ୍ରପୁରରେ ୩୪, ପୁରୀରେ ୨୧, ଭଦ୍ରକ ୧୪, ଅନୁଗୁଳ, ପୁରୀ ଓ ଭଦ୍ରକରେ ୧୦ ମିମି ଲେଖାଏଁ ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ଏହି ଜିଲ୍ଲାଗୁଡ଼ିକରେ କଚ୍ଚା ଘର ସାଙ୍ଗକୁ କଚ୍ଚା ରାସ୍ତା ପ୍ରଭାବିତ ହେବାର ଆଶଙ୍କା ରହିଛି। ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାକୁ ଥିବାରୁ ଏହାର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ସେହିପରି ବର୍ଷା ସମୟରେ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଗୁରୁବାର ମଧ୍ୟ ଅନେକ ଜିଲ୍ଲାରେ ସମାନ ସ୍ଥିତି ସୃଷ୍ଟି ହେବାକୁ ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର