ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୨୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ରହିଛି। ପ୍ରବଳରୁ ଅତିପ୍ରବଳ […]

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୨୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ରହିଛି।

ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ।

About The Author: The Sakala