ବର୍ଷାରେ ଭିଜିବ ରଥଯାତ୍ରା : ଆଜିଠୁ ୨୮ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର : ଏଥର ବର୍ଷାରେ ଭିଜିବ ରଥଯାତ୍ରା। ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ଯେ, ୨୪ ଜୁନ୍ରୁ ୨୮ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଦକ୍ଷିଣ ଉତ୍ତର ପ୍ରଦେଶରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ ଉତ୍ତର ଓଡ଼ିଶା ଦେଇ ଏକ ଟ୍ରଫ ଲାଇନ ରହିଛି । ଏହା ମଧ୍ୟପ୍ରଦେଶ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଦେଇ ଯାଇଛି। ଫଳରେ ଆସନ୍ତା ୨୮ […]
ଭୁବନେଶ୍ବର : ଏଥର ବର୍ଷାରେ ଭିଜିବ ରଥଯାତ୍ରା। ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ଯେ, ୨୪ ଜୁନ୍ରୁ ୨୮ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି।
ଦକ୍ଷିଣ ଉତ୍ତର ପ୍ରଦେଶରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ ଉତ୍ତର ଓଡ଼ିଶା ଦେଇ ଏକ ଟ୍ରଫ ଲାଇନ ରହିଛି । ଏହା ମଧ୍ୟପ୍ରଦେଶ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଦେଇ ଯାଇଛି। ଫଳରେ ଆସନ୍ତା ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣପାଗ ବିଭାଗ। ମୟୂରଭଞ୍ଜ, ବାଲେଶ୍ୱର ,କେନ୍ଦୁଝରରେ ଆଜି ପ୍ରବଳରୁ ଅତି ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହା ଛଡ଼ା ଭଦ୍ରକ, କେନ୍ଦ୍ରାପଡା, ଯାଜପୁର,ସୁନ୍ଦରଗଡ଼,ଝାରସୁଗୁଡ଼ା, ସମ୍ବଲପୁର,ଦେଓଗଡ଼, ଅନୁଗୁଳ,ଢେଙ୍କାନାଳ, କଟକ,ପୁରୀ,ଖୋର୍ଦ୍ଧା, ନୟାଗଡ଼, ଗଂଜାମ ଓ ଗଜପତିରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଏହି ଦୁଇ ଦିନ ସମୁଦ୍ରକୁ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବ ଓ ଟ୍ରପ ଲାଇନ ଯୋଗୁ ବର୍ଷା ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସେପଟେ କାଲି ଅର୍ଥାତ ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ,ଢେଙ୍କାନାଳ,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବଜ୍ରପାତ, ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ଏବଂ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଜୁନ୍ ୨୭ରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ଦେଓଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।






