ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ; ଆଜିଠୁ ୩ ଦିନ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର: ଉତ୍ତର-ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳମୁହାଁ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ପ୍ରାୟ ତିନି ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ରହିବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପ୍ରଥମେ ଉତ୍ତର […]

ଭୁବନେଶ୍ୱର: ଉତ୍ତର-ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳମୁହାଁ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ପ୍ରାୟ ତିନି ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ରହିବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପ୍ରଥମେ ଉତ୍ତର ଓଡ଼ିଶା ଓ ପରେ କେନ୍ଦ୍ରୀୟ ଏବଂ ଶେଷରେ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ହେବ। ତେଣୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରୀ କରିଛି।

ଆହୁରି ପଢ଼ନ୍ତୁ: ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ବିଭତ୍ସ ହତ୍ୟା ! ଧାନ କିଆରୀରୁ ମୃତଦେହ ଉଦ୍ଧାର

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗରର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପ୍ରାୟ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଉଛି। ଏହି ଜିଲ୍ଲା ବ୍ୟତୀତ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳଗୁଡ଼ିକରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାସହିତ କଚ୍ଚା ରାସ୍ତା ପ୍ରଭାବିତ ହେବା ସହ ମାଟି କାନ୍ଥ ପଡ଼ିବା ଓ ସମ୍ବେଦନଶୀଳ ଘରଗୁଡ଼ିକ ଭାଙ୍ଗିବା ପରିସ୍ଥିତି ସୃଷ୍ଟି ହେବା ନେଇ ମଧ୍ୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ରାସ୍ତା ଓ ଅଣ୍ଡରପାସ୍‌‌ରେ ପାଣି ଜମିବା ସହିତ ବର୍ଷା ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସର ଆଶଙ୍କା ରହିଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‌‌ଆରସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି। ବିଶେଷକରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସବୁ ପ୍ରକାର ପରିସ୍ଥିତିର ମୁକାବିଲା କରିବାକୁ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ଵରରେ ପହଞ୍ଚିଲେ ରାଷ୍ଟ୍ରପତି, ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ସାମିଲ୍

ଅନ୍ୟପଟେ ଏବେ ସୁଦ୍ଧା ରାଜ୍ୟର ୩ଟି ଜିଲ୍ଲା ସହ ସାରା ରାଜ୍ୟରେ ୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ବୋଲି ପାଣିପାଗ ବିଭାଗ କହିଛି। ଜୁନ୍‌‌ ୧ରୁ ସେପ୍ଟେମ୍ୱର ୨୯ ମଧ୍ୟରେ ୧୧୪୪.୩ ମିମି ବର୍ଷା ହେବା କଥା; ମାତ୍ର ଏହି ସମୟ ମଧ୍ୟରେ ୧୧୦୫.୪ ମିମି ବର୍ଷା ହୋଇଛି। ଯାହା ସ୍ୱାଭାବିକ ତୁଳନାରେ ୩ ପ୍ରତିଶତ ନିଅଣ୍ଟିଆ ରହିଛି। ରାଜ୍ୟର ୩ଟି ଜିଲ୍ଲା ନବରଙ୍ଗପୁର, ପୁରୀ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। କେବଳ ଝାରସୁଗୁଡ଼ା ଏବଂ ବୌଦ୍ଧରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ଅବଶିଷ୍ଟ ୨୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି: ଦୁଇ ଜିଲ୍ଲାରେ ମୁତୟନ ହେବେ ୭୦ ପ୍ଲାଟୁନରୁ ଅଧିକ ଫୋର୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp