ରାଜ୍ଯରେ ଆଗାମୀ ୫ ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଜାରି ରହିଥିବା ଲଘୁଚାପର ପ୍ରକୋପ ନ ସରୁଣୁ ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ଗୋଟିଏ ଲଘୁଚାପ ଆସନ୍ତା ୧୩ ତାରିଖ ସୃଷ୍ଟି ହେବାକୁ ଥିବା ବେଳେ ଆଉ ଗୋଟିଏ ଲଘୁଚାପ ୧୮ ତାରିଖ ବେଳକୁ ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‍ ଆକଳନ କରିଛନ୍ତି। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏହି ଦୁଇ ଲଘୁଚାପ ଯୋଗୁଁ ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ଯରେ ଆଗାମୀ […]

ଭୁବନେଶ୍ୱର: ଜାରି ରହିଥିବା ଲଘୁଚାପର ପ୍ରକୋପ ନ ସରୁଣୁ ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ଗୋଟିଏ ଲଘୁଚାପ ଆସନ୍ତା ୧୩ ତାରିଖ ସୃଷ୍ଟି ହେବାକୁ ଥିବା ବେଳେ ଆଉ ଗୋଟିଏ ଲଘୁଚାପ ୧୮ ତାରିଖ ବେଳକୁ ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‍ ଆକଳନ କରିଛନ୍ତି। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏହି ଦୁଇ ଲଘୁଚାପ ଯୋଗୁଁ ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ଯରେ ଆଗାମୀ ୫ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।। ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଦେବଦମ୍ପତ୍ତିଙ୍କ ବାହାଘର, ଉତ୍ସବମୁଖର ସାରା ଭୁବନେଶ୍ୱର

ଏହି ପରିପ୍ରେକ୍ଷୀରେ ୧୧ ତାରିଖ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ି ହେଉଛି – ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ୪୭,୬୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ କେରଳର ପ୍ରବାସୀ ଶ୍ରମିକଙ୍କୁ ନିସ୍ତୁକ ମାଡ଼ ଘଟଣା: ୫ରୁ ଅଧିକ ଗିରଫ

୧୨ ତାରିଖ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା – ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ।

୧୩ ତାରିଖ ପାଇଁ ୫ ଜିଲ୍ଲାକୁ ପାଣାପଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ୫ଜିଲ୍ଲାଗୁଡିକ ହେଲା- କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ।

୧୪ ତାରିଖ ପାଇଁ  ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ ଜିଲ୍ଲାକୁ  ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା – ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର , ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ । ସେହିପରି ୮ ଜିଲ୍ଲାକୁ  ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡୁକ ହେଲା- କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ  ପୁରୀ ।

୧୫ ତାରିଖ ରାଜ୍ଯର ସମସ୍ତ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି।

10 Aug 2022 By The Sakala

ରାଜ୍ଯରେ ଆଗାମୀ ୫ ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଜାରି ରହିଥିବା ଲଘୁଚାପର ପ୍ରକୋପ ନ ସରୁଣୁ ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ଗୋଟିଏ ଲଘୁଚାପ ଆସନ୍ତା ୧୩ ତାରିଖ ସୃଷ୍ଟି ହେବାକୁ ଥିବା ବେଳେ ଆଉ ଗୋଟିଏ ଲଘୁଚାପ ୧୮ ତାରିଖ ବେଳକୁ ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‍ ଆକଳନ କରିଛନ୍ତି। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏହି ଦୁଇ ଲଘୁଚାପ ଯୋଗୁଁ ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ଯରେ ଆଗାମୀ ୫ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।। ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ପରିପ୍ରେକ୍ଷୀରେ ୧୧ ତାରିଖ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ି ହେଉଛି – ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ।

୧୨ ତାରିଖ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା – ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ।

୧୩ ତାରିଖ ପାଇଁ ୫ ଜିଲ୍ଲାକୁ ପାଣାପଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ୫ଜିଲ୍ଲାଗୁଡିକ ହେଲା- କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ।

୧୪ ତାରିଖ ପାଇଁ  ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ ଜିଲ୍ଲାକୁ  ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା – ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର , ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ । ସେହିପରି ୮ ଜିଲ୍ଲାକୁ  ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡୁକ ହେଲା- କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ  ପୁରୀ ।

୧୫ ତାରିଖ ରାଜ୍ଯର ସମସ୍ତ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର