ଲଘୁଚାପ ଆଣୁଛି ବଡ଼ ବର୍ଷା, ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ନେଇ ଆଶଙ୍କା କରାଯାଉଛି। ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ପଶ୍ଚିମ ଓ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ଦୁଇଦିନ ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ଆଶଙ୍କା ରହିଛି। ଏମିତିକି ଏହା […]
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ନେଇ ଆଶଙ୍କା କରାଯାଉଛି। ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ପଶ୍ଚିମ ଓ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ଦୁଇଦିନ ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ଆଶଙ୍କା ରହିଛି। ଏମିତିକି ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ବିସ୍ତାରିତ ପରିସର ଆକଳନ ରିପୋର୍ଟରେ ଦର୍ଶାଯାଇଛି। ଏହା ପ୍ରଭାବରେ ଶୁକ୍ରବାର ଓ ଶନିବାର ବର୍ଷାର ପ୍ରକୋପ ସବୁଠୁ ଅଧିକ ରହିବ ବୋଲି କେନ୍ଦ୍ର କହିଛି।
ଶୁକ୍ରବାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଏହି ଜିଲ୍ଲାଗୁଡ଼କିରେ ୭-୨୦ ସେମି ବର୍ଷା ସହ କିଛିକିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ସେହିପରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ କେନ୍ଦ୍ର ଆକଳନ ଜାରି କରିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହାବ୍ୟତୀତ ନୂଆପଡ଼ା, ବଲାଙ୍ଗିର, ସୋନପୁର, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଶନିବାର ମଧ୍ୟ ଅନେକ ଜିଲ୍ଲାର ସମାନ ସ୍ଥିତି ସୃଷ୍ଟି ନେଇ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ଚେତାବନୀ ଜାରି କରାଯାଇଛି।
ଅନ୍ୟପଟେ ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବା ପାଇଁ ଏସ୍ଆର୍ସ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷକରି ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ସବୁପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏସ୍ଆରସି କହିଛନ୍ତି ଯେ ୧୮-୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଅନୁଭୂତ ହେବ। ଏଥିପାଇଁ ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ଜମିବା ସ୍ଥିତି ଉପୁଜିପାରେ। ସେହିପରି ସହରାଞ୍ଚଳଗୁଡ଼ିକରେ ଜଳବନ୍ଦୀ ସ୍ଥିତି ସହ ଡ୍ରେନେଜ୍ ସମସ୍ୟା ସୃଷ୍ଟି ହୋଇପାରେ। ଏହି ସ୍ଥିତିର ମୁକାବିଲା ପାଇଁ ପୌରସଂସ୍ଥାର ମୁଖ୍ୟମାନଙ୍କୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବା ନେଇ ଆଶଙ୍କା ରହିଛି। ଏଥିପାଇଁ ୧୯-୨୨ ତାରିଖ ମଧ୍ୟରେ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟତଃ ଗଞ୍ଜାମଠାରୁ ବାଲେଶ୍ୱର ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନେ ମତ୍ସ୍ୟଜୀବୀଙ୍କୁ କୂଳକୁ ଫେରେଇ ଆଣିବା ପାଇଁ ପଦକ୍ଷେପ ନେବାକୁ ଏସ୍ଆରସି କହିଛନ୍ତି। ସୂଚନାଥାଉ କି ଗୁରୁବାର ନୟାଗଡ଼ରେ ୫୪ ମିମି ବର୍ଷା ହୋଇଥିବା ବେଳେ କୋରାପୁଟ ୩୯, ଢେଙ୍କାନାଳ ୩୧ ଓ ଭୁବେଶ୍ୱରରେ ୧୫ ମିମି ବର୍ଷା ଅନୁଭୂତ ହୋଇଛି।