ସରିଲା ଶ୍ରୀଅଙ୍ଗ ଫିଟା ନୀତି; ଜ୍ୱରରେ ପୀଡ଼ିତ ଚତୁର୍ଦ୍ଧାମୂରତିଙ୍କ ଉପଚାର ପାଇଁ ଆଜି ଲାଗି ହେବ ଫୁଲୁରୀ ତେଲ

The Sakala Picture
Published On

ପୁରୀ: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଦାରୁବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଶନିବାର ଅଣସରର ପଞ୍ଚମ ଦିବସ। ଏହିଦିନ ଠାକୁର ବର୍ଷସାରା ଲାଗି ହୋଇଥିବା ଚନ୍ଦନ, ପାଟଡୋରୀ, ଶ୍ରୀମୁଖରେ ଥିବା କନା ଆଦି କଢାଯାଇଛି। ଏହାକୁ ଶ୍ରୀଅଙ୍ଗ ଫିଟା ନୀତି କୁହାଯାଏ। ଶ୍ରୀମୁଖରୁ ଯେଉଁ କନା (ବିରୂପ) ବାହାରେ ତାକୁ ଅଲଗା ରଖାଯାଏ। ଏହି […]

ପୁରୀ: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଦାରୁବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଶନିବାର ଅଣସରର ପଞ୍ଚମ ଦିବସ। ଏହିଦିନ ଠାକୁର ବର୍ଷସାରା ଲାଗି ହୋଇଥିବା ଚନ୍ଦନ, ପାଟଡୋରୀ, ଶ୍ରୀମୁଖରେ ଥିବା କନା ଆଦି କଢାଯାଇଛି। ଏହାକୁ ଶ୍ରୀଅଙ୍ଗ ଫିଟା ନୀତି କୁହାଯାଏ। ଶ୍ରୀମୁଖରୁ ଯେଉଁ କନା (ବିରୂପ) ବାହାରେ ତାକୁ ଅଲଗା ରଖାଯାଏ। ଏହି କନାକୁ ଅଣସର ଶୁଦ୍ଧସୁଆର ସେବକ ତ୍ରୟୋଦଶୀ ରାତିରେ ନେଇ କୋଇଲି ବୈକୁଣ୍ଠରେ ବିସର୍ଜନ କରିଥାନ୍ତି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ଶ୍ରୀଅଙ୍ଗରୁ ବାହାରିଥିବା ଚନ୍ଦନ, ପାଟଡୋରୀକୁ ଦ୍ୱାଦଶୀରେ ରାଜପ୍ରସାଦ ଆକାରରେ ଶ୍ରୀନଅରକୁ ବିଜେ କରାଯାଏ। ଏହାକୁ ରାଜପ୍ରସାଦ ବିଜେ କୁହାଯାଏ। ମହାପ୍ରଭୁ କିପରି ସୁସ୍ଥ ହେବେ ସେଥିପାଇଁ ରବିବାର ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ। ପୂର୍ବ ପରମ୍ପରା ଅନୁଯାୟୀ, ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ଏହି ଫୁଲୁରୀ ତେଲ ବଡ଼ଓଡିଆ ମଠ ଯୋଗାଇ ଦେବ। ରାଶି ତେଲରେ ବିଭିନ୍ନ ପ୍ରକାର ଚେର, ଔଷଧୀୟ ଫୁଲ ଆଦି ମିଶାଯାଇ ଗୋଟିଏ ବର୍ଷ ପୂର୍ବରୁ ମାଟିତଳେ ପୋତା ଯାଇଥାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିବେ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର