ଅତିରିକ୍ତ ସୁରକ୍ଷା ଜମା ପ୍ରସଙ୍ଗରେ ଟାଟା ପାୱାରକୁ ହାଇକୋର୍ଟଙ୍କ ନୋଟିସ

Madhusudan Das Picture
Published On

କଟକ: ଟାଟା ପାୱାରକୁ ହାଇକୋର୍ଟ ଛାଟ । ଅତିରିକ୍ତ ସୁରକ୍ଷା ଜମା ପ୍ରସଙ୍ଗରେ ଟାଟା ପାୱାରକୁ ହାଇକୋର୍ଟଙ୍କ ନୋଟିସ । ଦୁଇ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଓଇଆରସି ଏବଂ ଶକ୍ତି ସଚିବଙ୍କୁ ବି ନୋଟିସ ଜାରୀ କରିଛନ୍ତି ମାନ୍ୟବର ହାଇକୋର୍ଟ । ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ୩ ସପ୍ତାହ ପରେ ହେବ ।

ଆହୁରି ପଢ଼ନ୍ତୁ: ଧର୍ମାନ୍ତରୀକରଣ ବିବାଦ; ମୃତ୍ୟୁର ୨୫ ଘଣ୍ଟା ପରେ ମଧ୍ୟ ପଡିରହିଛି ମୃତଦେହ

ସୂଚନା ଅନୁସାରେ, ଭଏସ ଅଫ କଟକ ପକ୍ଷରୁ ସ୍ମାର୍ଟ ମିଟର ଏବଂ ଅତିରିକ୍ତ ସୁରକ୍ଷା ଜମାକୁ ବିରୋଧ କରି ହାଇକୋର୍ଟରେ ରୁଜୁ ହୋଇଛି ଜନସ୍ୱାର୍ଥ ମାମଲା । ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଆଇନ ଏବଂ ଓଡ଼ିଶା ବିଦ୍ୟୁତ୍ ନିର୍ଦେଶାବଳୀର ଉଲ୍ଲଙ୍ଘନ କରାଯାଇଥିବା ଅଭିଯୋଗ କରି ହାଇକୋର୍ଟରେ ମାମଲା ଦାୟର କରିଥିଲା ସାମାଜିକ ସଂଗଠନ ‘ଭଏସ୍ ଅଫ୍ କଟକ’। ବିନା ଗ୍ରାହକଙ୍କ ସମ୍ମତି ଓ ସଚେତନତାରେ ସ୍ମାର୍ଟ ମିଟର ଲଗାଯିବା କଥାକୁ ପିଟିସନରେ ଉଲ୍ଲେଖ କରାଯାଇଥିଲା । ଏହି ପ୍ରକ୍ରିୟା ବିଦ୍ୟୁତ୍ ଆଇନ ୨୦୦୩ ଏବଂ ସମ୍ବିଧାନର ଧାରା ୧୪ ଓ ୨୧ର ଖୋଲାଖୋଲି ଉଲ୍ଲଂଘନ ବୋଲି ଆବେଦନକାରୀ କହିଥିଲେ । ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ନକରିବାକୁ ଏବଂ ଅତିରିକ୍ତ ସୁରକ୍ଷା ଜମା ନୋଟିସକୁ ରଦ୍ଦ କରିବାକୁ ଆବଦେନକାରୀ ଦାବି କରିଥିଲେ । ଏହି ମମାଲାରେ ଶକ୍ତି ସଚିବ, ଟାଟା ପାୱାର ଏବଂ OERCକୁ  ପକ୍ଷଭୁକ୍ତ କରାଯାଇଥିଲା । ତେବେ ଏହି ମାମଲାରେ ହାଇକୋର୍ଟ ମଙ୍ଗଳବାର ଶୁଣାଣି କରି ଦୁଇ ସପ୍ତାହରେ ଜବାବ ତଲବ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । 

ଆହୁରି ପଢ଼ନ୍ତୁ: ରାଜ୍ୟର ବିଭିନ୍ନ କୋର୍ଟକୁ ବୋମା ଧମକ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp