ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲାର ଶୁଣାଣି ୩ ମାସ ମଧ୍ୟରେ ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

The Sakala Picture
Published On

କଟକ: ଅନୁଭବ ମହାନ୍ତି ଓ ପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ ମାମଲାରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ଉଭୟଙ୍କ ବିବାହ ବିଛେଦ ମାମଲାର ବିଚାର ପ୍ରକ୍ରିୟାକୁ ୩ ମାସ ମଧ୍ୟରେ ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଏକ ମାମଲାର ଶୁଣାଣି କରି କଟକ ପରିବାର ଅଦାଲତଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । ଏହା ସହିତ ୩୧ ଜୁଲାଇ ମଧ୍ୟରେ ବର୍ଷାଙ୍କ ଜେରା […]

କଟକ: ଅନୁଭବ ମହାନ୍ତି ଓ ପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ ମାମଲାରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ଉଭୟଙ୍କ ବିବାହ ବିଛେଦ ମାମଲାର ବିଚାର ପ୍ରକ୍ରିୟାକୁ ୩ ମାସ ମଧ୍ୟରେ ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଏକ ମାମଲାର ଶୁଣାଣି କରି କଟକ ପରିବାର ଅଦାଲତଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । ଏହା ସହିତ ୩୧ ଜୁଲାଇ ମଧ୍ୟରେ ବର୍ଷାଙ୍କ ଜେରା ଶେଷ କରାଯାଇ ଅକ୍ଟୋବର ୩୧ ତାରିଖ ସୁଦ୍ଧା ବିବାହ ବିଛେଦ ମାମଲାର ଶୁଣାଣିକୁ ଶେଷ କରିବା ପାଇଁ ମଧ୍ୟ ହାଇକୋର୍ଟ କହିଛନ୍ତି ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

କଟକ ପରିବାର ଅଦାଲତରେ ଅନୁଭବଙ୍କ ପକ୍ଷରୁ ରୁଜୁ ହୋଇଥିବା ଛାଡ଼ପତ୍ର ମାମଲାର ଶୁଣାଣି ବିଳମ୍ବିତ ହେଉଥିବା ଦର୍ଶାଇ ଏହି ମାମଲାକୁ ଅନ୍ୟ କୌଣସି କୋର୍ଟକୁ ସ୍ଥାନାନ୍ତରିତ କରିବା ପାଇଁ ହାଇକୋର୍ଟରେ ଏକ ଟ୍ରାନ୍ସଫର ପିଟିସନ ଦାଖଲ କରିଥିଲେ ଅନୁଭବ ।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର