ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି
ଭୁବନେଶ୍ବର: ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ ହୋଇଛି। ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବ କମିଟି। କମିଟିରେ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ସମ୍ପଦ ସ୍ବାଇଁ , ସରୋଜ ପ୍ରଧାନ, ନିରଞ୍ଜନ ପୂଜାରୀ, ଜୟନାରାୟଣ ମିଶ୍ର ଓ ସୋଫିଆ ଫିର୍ଦୋସ ସଦସ୍ୟ ରହିଛନ୍ତି।





