ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଦୁଃଖ ପ୍ରକାଶ କଲେ ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ, ତଦନ୍ତ ରିପୋର୍ଟ ପରେ ଗ୍ରହଣ କରାଯିବ ଉପଯୁକ୍ତ ପଦକ୍ଷେପ

The Sakala Picture
Published On

ଭୁବନେଶ୍ବର: ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ । ସେ କହିଛନ୍ତି ଯେ, ଏହା ଏକ ସମ୍ବେଦନଶୀଳ ଘଟଣା । ଘଟଣାର ପୁଲିସ ତଦନ୍ତ କରୁଛି।  ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ରୋହିତ ଟ୍ବିଟ କରି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ହଷ୍ଟେଲ ଭିତରେ ଏସିପିଙ୍କ ଟିମ୍ ଓ ମହିଳା […]

ଭୁବନେଶ୍ବର: ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ । ସେ କହିଛନ୍ତି ଯେ, ଏହା ଏକ ସମ୍ବେଦନଶୀଳ ଘଟଣା । ଘଟଣାର ପୁଲିସ ତଦନ୍ତ କରୁଛି।  ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ରୋହିତ ଟ୍ବିଟ କରି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ସୂଚନା ଅନୁଯାୟୀ, ହଷ୍ଟେଲ ଭିତରେ ଏସିପିଙ୍କ ଟିମ୍ ଓ ମହିଳା ପୁଲିସ ୧୩୪ ଜଣ ସିନିୟର ଛାତ୍ରୀଙ୍କୁ ପଚରାଉଚରା କରୁଛନ୍ତି। ସେହି ତିନି ଜଣ କିଏ, କେବେଠୁ ସେମାନେ ରାଗିଙ୍ଗ କରୁଥିଲେ ଏବଂ କାହାର ଚାପ ଯୋଗୁ ରୁଚିକା ଆତ୍ମହତ୍ୟା କଲେ ସେନେଇ ତଦନ୍ତ ଜାରି ରଖିଛି କମିସନରେଟ୍ ପୁଲିସ। ଜୋନ୍-୪ର ଏସିପି ପରେଶ କୁମାର ରାଉତଙ୍କ କହିବା ଅନୁଯାୟୀ, ବିଜେବି କଲେଜ ହଷ୍ଟେଲରେ ପ୍ରାଥମିକ ପର୍ଯ୍ଯାୟରେ ବର୍ତ୍ତମାନ ସୁଦ୍ଧା ୩୦ ଜଣ ଛାତ୍ରୀଙ୍କ ବୟାନ ରେକର୍ଡ ହୋଇଛି। ଏହାଛଡ଼ା ଛାତ୍ରୀ ନିବାସର ଅଧୀକ୍ଷକ, ୱାର୍ଡେନ, ଆସିଷ୍ଟାଣ୍ଟ ୱାର୍ଡେନ, ଫ୍ଲୋର ଇନଚାର୍ଜ ଓ ହଷ୍ଟେଲ ଦାୟିତ୍ୱରେ ଥିବା ଏକାଧିକ ଲୋକଙ୍କୁ ପଚରାଉଚରା ସହ ସେମାନଙ୍କ ବୟାନ ରେକର୍ଡ କରିଛି ପୁଲିସ। ତିନୋଟି ଟିମ ଗଠନ କରି ତଦନ୍ତ କରୁଛି ପୁଲିସ। ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି, ଦୋଷୀଙ୍କ ବିରୋଧରେ ଖୁବଶୀଘ୍ର କାର୍ୟ୍ୟାନୁଷ୍ଠାନ ହେବ ବୋଲି ସେ ଦୃଢ଼ୋକ୍ତି କରିଛନ୍ତି।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ଖବର ଅନୁଯାୟୀ, ବିଜେବି କଲେଜ ଯୁକ୍ତ ୩ କଳାର ପ୍ରଥମ ବର୍ଷର ଇତିହାସ ସମ୍ମାନର ଛାତ୍ରୀ ରୁଚିକା ମହାନ୍ତି (୧୯) ଶନିବାର ଆତ୍ମହତ୍ୟା କରିଥିଲେ। ସେ ଥିଲେ। କାରୁବାକୀ ଛାତ୍ରୀ ନିବାସର ତୃତୀୟ ମହଲା ରୁମ୍‍ ନମ୍ୱର ନଂ ୨୦୧ରେ ବେକରେ ଫାଶୀ ଲଗାଇ ସେ ଆତ୍ମହତ୍ୟା କରିଥିବା ପୁଲିସ ସୂଚନା ଦେଇଥିଲା। ତାଙ୍କ ପକେଟରୁ ପୁଲିସ ଏକ ସୁଇସାଇଡ଼୍‍ ନୋଟ ଜବତ କରିଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ଯେଉଁଥିରେ ୩ଜଣ ସିନିୟର ଛାତ୍ରୀଙ୍କ ମାନସିକ ନିର୍ଯାତନା ସହିନପାରି ସେ ଆତ୍ମହତ୍ୟା କରିଥିବା ଉଲ୍ଲେଖ କରିଛନ୍ତି ରୁଚିକା। ତେବେ ନିର୍ଦ୍ଦିଷ୍ଟ ଭାବରେ କେଉଁ ଛାତ୍ରୀ ତାଙ୍କୁ ନିର୍ଯାତନା ଦେଉଥିଲେ ତାହା ସେ ଉଲ୍ଲେଖ କରି ନାହାନ୍ତି। “ସିନିୟରମାନେ ହଷ୍ଟେଲରେ ମତେ ଶାନ୍ତିରେ ବଞ୍ଚିବାକୁ ଦେଲେନି। ମୋ ବାପା, ବୋଉଙ୍କ ଲୁହରେ ସେମାନେ ଭାସିଯିବେ। ଜମା ଆଗକୁ ବଢ଼ି ପାରିବେନି” ବୋଲି ଲେଖିଛନ୍ତି ରୁଚିକା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର