ଆସନ୍ତା ୧୮ରେ ଖୋଲିବ ହୀରାକୁଦ ଗେଟ୍‌, ଜଳଭଣ୍ଡାରରୁ ନିଷ୍କାସନ ହେବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

The Sakala Picture
Published On

ସମ୍ବଲପୁର: ଆସନ୍ତା ୧୮ରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍‌ । ଆସନ୍ତା ସୋମବାର ଦିନ ୧୧ଟାରେ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଆଜି ନିର୍ଦ୍ଦେଶନାମା ଜଳଭଣ୍ଡାର କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ଉପରମୁଣ୍ଡରେ କ୍ରମାଗତ ବର୍ଷା ଯୋଗୁଁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଜଳଭଣ୍ଡାରର ଗେଟ୍‌ ଖୋଲିବା ପରେ ମହାନଦୀ ଓ ତାର ଶାଖା ନଦୀ ଗୁଡିକର ଜଳସ୍ତର ବୃଦ୍ଧି ପାଇବ। ତେଣୁ ନଦୀ ମଧ୍ୟକୁ […]

ସମ୍ବଲପୁର: ଆସନ୍ତା ୧୮ରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍‌ । ଆସନ୍ତା ସୋମବାର ଦିନ ୧୧ଟାରେ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଆଜି ନିର୍ଦ୍ଦେଶନାମା ଜଳଭଣ୍ଡାର କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ଉପରମୁଣ୍ଡରେ କ୍ରମାଗତ ବର୍ଷା ଯୋଗୁଁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଜଳଭଣ୍ଡାରର ଗେଟ୍‌ ଖୋଲିବା ପରେ ମହାନଦୀ ଓ ତାର ଶାଖା ନଦୀ ଗୁଡିକର ଜଳସ୍ତର ବୃଦ୍ଧି ପାଇବ। ତେଣୁ ନଦୀ ମଧ୍ୟକୁ ପ୍ରବେଶ ନକରିବାକୁ ସତର୍କ କରାଯାଇଛି। ଏନେଇ ଜନସାଧାରଣଙ୍କୁ ଅବଗତ କରାଇଛନ୍ତି ମହାନଦୀ ଅବବାହିକା ମୁଖ୍ୟ ଯନ୍ତ୍ରୀ। ଏନେଇ ଆଜି ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ହୀରାକୁଦ ଡ୍ୟାମ୍‌ ମୁଖ୍ୟଯନ୍ତ୍ରୀଙ୍କ ସୂଚନା ଅନୁସାରେ, ଶୁକ୍ରବାର ଏବର୍ଷ ପ୍ରଥମ କରି ଇନଫ୍ଲୋ ୨ ଲକ୍ଷ କ୍ୟୁସେକ୍‌ ଅତିକ୍ରମ କରିଛି । ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରକୁ ୨ ଲକ୍ଷ ୧୩ ହଜାର୭୭୯ କ୍ୟୁସେକ୍‌ ଜଳ ପ୍ରବେଶ କରିଛି। ସେପଟେ, ଜଳସ୍ତର ୬୦୪.୯୫ ଫୁଟ୍‌ରେ ପହଞ୍ଚିଥିବା ବେଳେ ଏହା ଦୁଇଦିନ ମଧ୍ୟରେ ୬୧୦ ଫୁଟ୍‌ ଯାଏ ପହଞ୍ଚିବ ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ୧୮ ତାରିଖ ପୂର୍ବାହ୍ନ ୧୧ଟାରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

16 Jul 2022 By The Sakala

ଆସନ୍ତା ୧୮ରେ ଖୋଲିବ ହୀରାକୁଦ ଗେଟ୍‌, ଜଳଭଣ୍ଡାରରୁ ନିଷ୍କାସନ ହେବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଆସନ୍ତା ୧୮ରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍‌ । ଆସନ୍ତା ସୋମବାର ଦିନ ୧୧ଟାରେ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଆଜି ନିର୍ଦ୍ଦେଶନାମା ଜଳଭଣ୍ଡାର କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ଉପରମୁଣ୍ଡରେ କ୍ରମାଗତ ବର୍ଷା ଯୋଗୁଁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଜଳଭଣ୍ଡାରର ଗେଟ୍‌ ଖୋଲିବା ପରେ ମହାନଦୀ ଓ ତାର ଶାଖା ନଦୀ ଗୁଡିକର ଜଳସ୍ତର ବୃଦ୍ଧି ପାଇବ। ତେଣୁ ନଦୀ ମଧ୍ୟକୁ ପ୍ରବେଶ ନକରିବାକୁ ସତର୍କ କରାଯାଇଛି। ଏନେଇ ଜନସାଧାରଣଙ୍କୁ ଅବଗତ କରାଇଛନ୍ତି ମହାନଦୀ ଅବବାହିକା ମୁଖ୍ୟ ଯନ୍ତ୍ରୀ। ଏନେଇ ଆଜି ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

ହୀରାକୁଦ ଡ୍ୟାମ୍‌ ମୁଖ୍ୟଯନ୍ତ୍ରୀଙ୍କ ସୂଚନା ଅନୁସାରେ, ଶୁକ୍ରବାର ଏବର୍ଷ ପ୍ରଥମ କରି ଇନଫ୍ଲୋ ୨ ଲକ୍ଷ କ୍ୟୁସେକ୍‌ ଅତିକ୍ରମ କରିଛି । ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରକୁ ୨ ଲକ୍ଷ ୧୩ ହଜାର୭୭୯ କ୍ୟୁସେକ୍‌ ଜଳ ପ୍ରବେଶ କରିଛି। ସେପଟେ, ଜଳସ୍ତର ୬୦୪.୯୫ ଫୁଟ୍‌ରେ ପହଞ୍ଚିଥିବା ବେଳେ ଏହା ଦୁଇଦିନ ମଧ୍ୟରେ ୬୧୦ ଫୁଟ୍‌ ଯାଏ ପହଞ୍ଚିବ ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ୧୮ ତାରିଖ ପୂର୍ବାହ୍ନ ୧୧ଟାରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର