ଏମ୍ସ ଭୁବନେଶ୍ୱର ପକ୍ଷରୁ ‘ଅଙ୍ଗ ଦାନ ସଚେତନତା’ ସୃଷ୍ଟି ନେଇ ୱାକାଥନ୍

The Sakala Picture
Published On

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପକ୍ଷରୁ ଆଜି ସକାଳେ “ଅଙ୍ଗ ଦାନ ସଚେତନତା” ନିମନ୍ତେ ଏକ ବିଶାଳ ୱାକାଥନ୍ ଅନୁଷ୍ଠିତ ହୋଇଯାଇଛି। ଏହି ୱାକାଥନରେ ହକି ଇଣ୍ଡିଆ ଅଧ୍ୟକ୍ଷ ତଥା ବିଶିଷ୍ଟ ହକି ତାରକା ଦିଲ୍ଲୀପ ତିର୍କୀ ଯୋଗଦେଇଥିଲେ। ୱାକାଥନକୁ ଶୁଭାରମ୍ଭ କରିବା ସହିତ ଅଙ୍ଗ ଦାନ ଭଳି ମହତ କାର୍ଯ୍ୟ ନିମନ୍ତେ ଏମ୍ସ ପ୍ରୟାସ କରିଥିବାରୁ ଅଭିନନ୍ଦନ ଜଣାଇଥିଲେ। ଅଙ୍ଗ ଦାନ ବର୍ତ୍ତମାନ ସମୟର ବିରାଟ ଆବଶ୍ୟକତା ଏବଂ ଏନେଇ ରହିଥିବା ନାନା […]

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପକ୍ଷରୁ ଆଜି ସକାଳେ “ଅଙ୍ଗ ଦାନ ସଚେତନତା” ନିମନ୍ତେ ଏକ ବିଶାଳ ୱାକାଥନ୍ ଅନୁଷ୍ଠିତ ହୋଇଯାଇଛି। ଏହି ୱାକାଥନରେ ହକି ଇଣ୍ଡିଆ ଅଧ୍ୟକ୍ଷ ତଥା ବିଶିଷ୍ଟ ହକି ତାରକା ଦିଲ୍ଲୀପ ତିର୍କୀ ଯୋଗଦେଇଥିଲେ। ୱାକାଥନକୁ ଶୁଭାରମ୍ଭ କରିବା ସହିତ ଅଙ୍ଗ ଦାନ ଭଳି ମହତ କାର୍ଯ୍ୟ ନିମନ୍ତେ ଏମ୍ସ ପ୍ରୟାସ କରିଥିବାରୁ ଅଭିନନ୍ଦନ ଜଣାଇଥିଲେ। ଅଙ୍ଗ ଦାନ ବର୍ତ୍ତମାନ ସମୟର ବିରାଟ ଆବଶ୍ୟକତା ଏବଂ ଏନେଇ ରହିଥିବା ନାନା ଅନ୍ଧବିଶ୍ୱାସ କୁ ଦୂର କରିବାରେ ଏମ୍ସ ଭୁବନେଶ୍ବର ଛାତ୍ରଛତ୍ରୀ କାର୍ଯ୍ୟ କରିବେ ବୋଲି ଶ୍ରୀ ତିର୍କୀ ଆହ୍ୱାନ କରିଥଲେ। ଏହି ୱାକାଥନ୍ ରେ ପ୍ରାୟ ଏକ ହଜାର ରୁ ଅଧିକ ମେଡିକାଲ୍ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା, ଏମ୍ସ କର୍ମଚାରୀ ଅଂଶ୍ରହଣ କରିଥିଲେ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ଏହି ୱାକାଥନରେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସ, ମେଡିକାଲ୍ ଅଧୀକ୍ଷକ ପ୍ରଫେସର ଏସ୍ ଏନ ମହାନ୍ତି, ଡିନ୍ ଡକ୍ଟର ପି ଆର ମହାପାତ୍ର, କୁଳସଚିବ ବି ବି ମିଶ୍ର, ଡ. ପ୍ରଭାସ ରଂଜନ ତ୍ରିପାଠୀ, ଡ. ସଞ୍ଜୟ ଗିରି, ଡିଡିଏ ରଶ୍ମି ରଂଜନ ସେଠୀ, ନର୍ସିଂ କଲେଜ ଅଧ୍ୟକ୍ଷା ଆଶା ପି ସେଟ୍ଟି, ଡ. ପ୍ରଶାନ୍ତ ନାୟକ, ଡ. ସୁବ୍ରତ ସାହୁ, ଡ. ହେମନ୍ତ ନାୟକଙ୍କ ସମେତ ଅନେକ ଅଧ୍ୟାପକ ଅଧ୍ୟାପିକା, ସରକାରୀ କ୍ଷେତ୍ରରେ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରୀ ଆରମ୍ଭ କରିଥିବା ପ୍ରଫେସର ଭିନିଏନ୍ଦ୍ର ପାମେଚା ପ୍ରମୁଖ ଅଂଶଗ୍ରହଣ କରି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଏମ୍ସ ଭୁବନେଶ୍ୱର ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ସହକାରୀ ପ୍ରଫେସର ତଥା କାର୍ଯ୍ୟକ୍ରମ ସଂଗଠନ ସମ୍ପାଦକ ଡକ୍ଟର ବ୍ରହ୍ମଦତ୍ତ ପଟ୍ଟନାୟକ ୱାକାଥନ୍ ର ସଫଳତା ନିମନ୍ତେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

ଉଲ୍ଲେଖଯୋଗ୍ୟ ଯେ,  ଏମ୍ସ ଭୁବନେଶ୍ୱରରେ ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପକ୍ଷରୁ ଗତକାଲି ଆୟୋଜିତ “ଅଙ୍ଗ ଦାନ ସଚେତନତା” କର୍ମଶାଳା ଏବଂ ନିରନ୍ତର ମେଡିକାଲ୍ ଏଜୁକେସନ୍ (ସିଏମ୍ଇ) କାର୍ଯ୍ୟକ୍ରମରେ ଜାତୀୟ ଖ୍ୟାତିସମ୍ପନ୍ନ ବିଶେଷଜ୍ଞମାନେ ଯୋଗଦେଇ ଅଙ୍ଗ ଦାନ ନିମନ୍ତେ ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ସହିତ ଉପଯୁକ୍ତ ଦାତା ତଥା ପ୍ରାପ୍ତକର୍ତ୍ତା ବାଛିବା, ଅଙ୍ଗ ଆବଣ୍ଟନ, ଦୁଃଖରେ ଥିବା ପରିବାରକୁ ପରାମର୍ଶ ଏବଂ ବ୍ୟାପକ ଗୁଣାତ୍ମକ କ୍ଲିନିକାଲ୍ ଯତ୍ନ ଉପରେ ବିସ୍ତୃତ ଆଲୋଚନା କରିଥିଲେ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର