ସମ୍ଭାବ୍ଯ ବାତ୍ୟା ମୁକାବିଲା ପାଇଁ ୭ ଜିଲ୍ଲାର ପୌର କର୍ମଚାରୀଙ୍କ ଛୁଟି ବାତିଲ୍

The Sakala Picture
Published On

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଗୁଲାବ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ୭ଟି ଜିଲ୍ଲାର ସମସ୍ତ ପୌର କର୍ମଚାରୀଙ୍କ ଛୁଟି ବାତିଲ୍ କରି ଦିଆଯାଇଛି। ବାତ୍ୟା ଗୁଲାବ ପାଇଁ ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏସବୁ ଜିଲ୍ଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍ ପାଇଁ ନିଷ୍ପତ୍ତି ନିଆଯାଇଛି । ଜଳବନ୍ଦୀ ସ୍ଥିତି ଏଡ଼ାଇବାକୁ ଯନ୍ତ୍ରପାତି ଓ ପମ୍ପସେଟ୍ ପ୍ରସ୍ତୁତ […]

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଗୁଲାବ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ୭ଟି ଜିଲ୍ଲାର ସମସ୍ତ ପୌର କର୍ମଚାରୀଙ୍କ ଛୁଟି ବାତିଲ୍ କରି ଦିଆଯାଇଛି। ବାତ୍ୟା ଗୁଲାବ ପାଇଁ ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏସବୁ ଜିଲ୍ଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍ ପାଇଁ ନିଷ୍ପତ୍ତି ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଜଳବନ୍ଦୀ ସ୍ଥିତି ଏଡ଼ାଇବାକୁ ଯନ୍ତ୍ରପାତି ଓ ପମ୍ପସେଟ୍ ପ୍ରସ୍ତୁତ ରଖିବାକୁ ଗୃହ ଓ ସହରାଞ୍ଚଳ ବିଭାଗ ନିର୍ଦ୍ଦେଶ ଦଇଛି । ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ କୁହାଯାଇଛି । ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ ହେବା ଆଶଙ୍କା ଥିବାରୁ ଡିଜି ସେଟ୍ସ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସହରାଞ୍ଚଳରେ କଣ୍ଟ୍ରୋଲ୍ ରୁମ୍ ଖୋଲାଯିବ । ଜଳାର୍ଣ୍ଣବ ସ୍ଥିତି ଏଡ଼ାଇବାକୁ ଡ୍ରେନ୍ ଗୁଡ଼ିକ ଉପରେ ନଜର ରଖାଯିବ । ଡ୍ରେନକୁ ସଫା କରାଯିବା ସହ ଆସନ୍ତାକାଲି ରାସ୍ତା ସଫେଇ ପାଇଁ ମନା କରାଯାଇଛି । ଅଧିକ ଜଳପ୍ରବାହ ପାଇଁ ଦୁର୍ଘଟଣା ଘଟୁଥିବା ସ୍ଥାନରେ ବ୍ୟାରିକେଡ୍ ନିର୍ମାଣ ହେବ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର