ଖରାଛୁଟିରେ ପିଲାଙ୍କ ପାଠପଢାକୁ ଦୃଷ୍ଟିରେ ରଖି ନୂଆ ବ୍ୟବସ୍ଥା, ଆରମ୍ଭ ହେଲା ହଲିଡେ ହୋମଓ୍ବାର୍କ ପ୍ରୋଗ୍ରାମ

The Sakala Picture
Published On

ଭୁବନେଶ୍ବର: ଆରମ୍ଭ ହେଲା ଛାତ୍ରଛାତ୍ରୀଙ୍କ ଅବକାଶକାଳୀନ ଗୃହକାର୍ଯ୍ୟ। ଗ୍ରୀଷ୍ମ ଅବକାଶ ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାର୍ଥୀମାନଙ୍କ ପାଠପଢାକୁ ଦୃଷ୍ଟିରେ ରଖି ଯୋଜନା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦଶରେ ଆରମ୍ଭ ହେଲା ହଲିଡେ ହୋମଓ୍ବାର୍କ ପ୍ରୋଗ୍ରାମ । କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ସମସ୍ତ ସ୍କୁଲକୁ ଦିଆଯାଇଛି ଏସଓପି ଏବଂ ନିୟମାବଳୀ। ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମ ସମ୍ବନ୍ଧିତ ସମସ୍ୟାର ସମାଧାନ ପାଇଁ ପ୍ରତ୍ୟେକ ଜିଲ୍ଲାରେ ସହାୟତା କେନ୍ଦ୍ର ଖୋଲାଯାଇ ବିଷୟଭିତ୍ତିକ ଓ ଅଭିଜ୍ଞ ଶିକ୍ଷକଙ୍କୁ ନିୟୋଜିତ […]

ଭୁବନେଶ୍ବର: ଆରମ୍ଭ ହେଲା ଛାତ୍ରଛାତ୍ରୀଙ୍କ ଅବକାଶକାଳୀନ ଗୃହକାର୍ଯ୍ୟ। ଗ୍ରୀଷ୍ମ ଅବକାଶ ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାର୍ଥୀମାନଙ୍କ ପାଠପଢାକୁ ଦୃଷ୍ଟିରେ ରଖି ଯୋଜନା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦଶରେ ଆରମ୍ଭ ହେଲା ହଲିଡେ ହୋମଓ୍ବାର୍କ ପ୍ରୋଗ୍ରାମ । କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ସମସ୍ତ ସ୍କୁଲକୁ ଦିଆଯାଇଛି ଏସଓପି ଏବଂ ନିୟମାବଳୀ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମ ସମ୍ବନ୍ଧିତ ସମସ୍ୟାର ସମାଧାନ ପାଇଁ ପ୍ରତ୍ୟେକ ଜିଲ୍ଲାରେ ସହାୟତା କେନ୍ଦ୍ର ଖୋଲାଯାଇ ବିଷୟଭିତ୍ତିକ ଓ ଅଭିଜ୍ଞ ଶିକ୍ଷକଙ୍କୁ ନିୟୋଜିତ କରାଯାଇଛି। ସରକାରୀ ଛୁଟିଦିନ ବ୍ୟତିତ ଅନ୍ୟ ସବୁଦିନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଏହି କାର୍ଯ୍ୟକ୍ରମ ଜାରି ରହିବ। ପ୍ରତ୍ୟେକ ବିଦ୍ୟାର୍ଥୀ ନିକଟରେ ସହାୟତା କେନ୍ଦ୍ରର ସୁବିଧା ପହଞ୍ଚାଇବା ପାଇଁ ଟୋଲଫ୍ରି ନମ୍ବର ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଏହି ଟୋଲଫ୍ରି ନମ୍ବର ଜରିଆରେ ଛାତ୍ରଛାତ୍ରୀ ସେମାନଙ୍କ ପ୍ରଶ୍ନ ସିଧାସଳଖ ପଚାରି ପାରିବେ ଏବଂ ନିୟୋଜିତ ଶିକ୍ଷକମାନେ ଏହାର ସମାଧାନ କରିବେ। କଳାହାଣ୍ଡି ଜିଲ୍ଲାରେ ଜିଲ୍ଲାପ୍ରଶାସନ ପକ୍ଷରୁ ଜିଲ୍ଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟ ଦ୍ୱାରା ପଦକ୍ଷେପ ଗ୍ରହଣ କରାଯାଉଛି। ପାଠ୍ୟକ୍ରମ ସମ୍ବନ୍ଧିତ ଅନୁଭୂତ ସମସ୍ୟାର ସରଳ ସମାଧାନ ଓ ସ୍ପଷ୍ଟୀକରଣ ନିମନ୍ତେ ୧୪ ଜଣ ଶିକ୍ଷକଙ୍କୁ ନିୟୋଜିତ କରାଯାଇ ଥିବା ସୂଚନା ଦେଇଛନ୍ତି ଜିଲ୍ଲା ଶିକ୍ଷାଧିକାରୀ ।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର