ରାଜ୍ୟରେ ୧୦ ଯାଏ ତାତି ଓ ଗୁଳୁଗୁଳି; ରଜରେ ମେଘୁଆ ପାଗ…

The Sakala Picture
Published On

ଭୁବନେଶ୍ୱର: ଶନିବାରଠାରୁ ରାଜ୍ୟରେ ତାପମାତ୍ରା ଆହୁରି ବଢ଼ିବ। ତାପମାତ୍ରା ବୃଦ୍ଧି ଯୋଗୁଁ ଗରମ ଗୁଳୁଗୁଳି ବୃଦ୍ଧି ପାଇବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରା ତାତିର ପ୍ରଭାବ ଅଧିକ ରହିବାକୁ ଥିବା ବେଳେ ଉପକୂଳରେ ଗୁଳୁଗୁଳି କଲବଲ କରିବ। ପ୍ରାୟ ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ। ଅନ୍ୟପଟେ ସକାଳୁ ଅପରାହ୍ଣ ୩ ଟା ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବାକୁ ଥିବା ବେଳେ ୩ଟା ପରେ କିଛି କିଛି ସ୍ଥାନରେ କାଳବୈଶାଖୀଜନିତ ବର୍ଷା ହେବ। ପ୍ରଚଣ୍ଡ […]

ଭୁବନେଶ୍ୱର: ଶନିବାରଠାରୁ ରାଜ୍ୟରେ ତାପମାତ୍ରା ଆହୁରି ବଢ଼ିବ। ତାପମାତ୍ରା ବୃଦ୍ଧି ଯୋଗୁଁ ଗରମ ଗୁଳୁଗୁଳି ବୃଦ୍ଧି ପାଇବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରା ତାତିର ପ୍ରଭାବ ଅଧିକ ରହିବାକୁ ଥିବା ବେଳେ ଉପକୂଳରେ ଗୁଳୁଗୁଳି କଲବଲ କରିବ। ପ୍ରାୟ ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ। ଅନ୍ୟପଟେ ସକାଳୁ ଅପରାହ୍ଣ ୩ ଟା ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବାକୁ ଥିବା ବେଳେ ୩ଟା ପରେ କିଛି କିଛି ସ୍ଥାନରେ କାଳବୈଶାଖୀଜନିତ ବର୍ଷା ହେବ। ପ୍ରଚଣ୍ଡ ତାତି ଗୁଳୁଗିଳି ପରେ ସାମୁଦ୍ରିକ ବାୟୁର ପ୍ରବାହ ବଢ଼ିଲେ ଏଭଳି ସ୍ଥିତି ସୃଷ୍ଟି ହୋଇ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାରଠାରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୩ ଡିଗ୍ରୀ ବୃଦ୍ଧି ପାଇବ। ତେଣୁ ରାଜ୍ୟରେ ତାତି ଓ ଗୁଳୁଗୁଳି ବୃଦ୍ଧି ପାଇବ। ମୌସୁମୀ ଏବେ ବିରତି ନେଇଛି। ଫଳରେ ବର୍ଷାରେ ରୋକ୍‌ ଲାଗିଛି। ବଙ୍ଗୋପସାଗରରେ କୌଣସି ଲଘୁଚାପ ବା ଘୂର୍ଣ୍ଣିବଳୟ ନ ହେବା ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ। ତେଣୁ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଗରମ ଗୁଳୁଗୁଳିରୁ ମୁକ୍ତି ମିଳିବାର ସମ୍ଭାବନା କମ୍‌ ରହିଛି। ମାତ୍ର ୧୦ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଥିବାରୁ ଏହା ରାଜ୍ୟରେ ବର୍ଷା କରାଇବା ନେଇ ସମ୍ଭାବନା ରହିଛି। ଏହି ସ୍ଥିତି ଉପୁଜିଲେ ରଜରେ ରାଜ୍ୟରେ ବର୍ଷା ସାଙ୍ଗକୁ ପାଗ ମେଘୁଆ ରହିବା ନେଇ ଅନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

ପାଣିପାଗ କେନ୍ଦ୍ର କହିଛି ଯେ ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୀଷଣ ଗୁଳୁଗୁଳି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ଉଷ୍ମ ଓ ଆର୍ଦ୍ର ପାଣିପାଗ ଜନିତ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର