ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ କରିବାକୁ ପୁରୀରେ ଭକ୍ତଙ୍କ ପ୍ରବଳ ଗହଳି, ରାତି ୨ଟାରୁ ଖୋଲିଛି ଶ୍ରୀମନ୍ଦିର ଦ୍ୱାର

Madhusudan Das Picture
Published On

ପୁରୀ: ନୂଆବର୍ଷରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ । ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନରୁ ନୂଆବର୍ଷର ପ୍ରଥମ ଦିନ ଆରମ୍ଭ କରିବାକୁ ଶ୍ରୀକ୍ଷେତ୍ରକୁ ଛୁଟି ଆସିଛନ୍ତି ହଜାର ହଜାର ଭକ୍ତ । ନୂଆବର୍ଷ ନୀତିକାନ୍ତି ପାଇଁ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଖୋଲିଛି । ନୀତିକାନ୍ତି ପରେ ଦର୍ଶନ ଆରମ୍ଭ ହୋଇଛି । ଜଗାଙ୍କୁ ଦର୍ଶନ କରି ପରିବାରର ମଙ୍ଗଳ କାମନା କରି ନୂଆବର୍ଷ ସୁଖ ସମୃଦ୍ଧିରେ କଟିବାକୁ କାମନା କରୁଛନ୍ତି ଶ୍ରଦ୍ଧାଳୁ । ଶ୍ରୀମନ୍ଦିରଠାରୁ ସମୁଦ୍ର, ବଡ଼ଦାଣ୍ଡଠାରୁ ବେଳାମାର୍ଗ ସବୁଠି ଶ୍ରଦ୍ଧାଳୁଙ୍କ ସମାଗମ। ନବବର୍ଷ ଶୁଭମୟ ହେଉ ବୋଲି ମହାପ୍ରଭୁଙ୍କୁ ଗୁହାରି କରୁଛି ତ କିଏ ସୁନ୍ଦର ଅନୁଭୂତିରେ ବର୍ଷ ବିତିଥିବାରୁ କୃତଜ୍ଞତାର ଲୁହ ଝରାଉଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ଦ୍ଵାର ଫିଟା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ, ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା,ଏସପି ପ୍ରତୀକ ସିଂ ଅନ୍ୟ ଅଧିକାରୀଙ୍କ ସହ ଶ୍ରୀମନ୍ଦିର ଯାଇ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ରାତି ୨ଟାରୁ ଆରମ୍ଭ ହୋଇଥିଲା ମହାପ୍ରଭୁଙ୍କ ଦର୍ଶନ। ଗୋପାଳ ବଲ୍ଲଭ ଭୋଗ ପାଇଁ ଦେଢ଼ ଘଣ୍ଟା ଦର୍ଶନ ବନ୍ଦ ରହିଥିଲା । ସକାଳ ୬ଟାରୁ ପୁଣିଥରେ ଆରମ୍ଭ ହୋଇଥିଲା ଦର୍ଶନ । ଶୃଙ୍ଖଳିତ ଦର୍ଶନ ପାଇଁ ପୁରୀରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । 

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର