ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଇଜିଏଚ୍‌ ସୁପର ସ୍ପେସିଆଲିଟି ହସ୍ପିଟାଲ ଉଦଘାଟିତ

The Sakala Picture
Published On

ରାଉରକେଲା: ରାଉରକେଲାର ଆଇଜିଏଚ୍‌ ସୁପର ସ୍ପେସିଆଲିଟି ହସ୍ପିଟାଲ ଉଦଘାଟିତ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଉରକେଲାରେ ଗସ୍ତରେ ଯାଇଥିବା ବେଳେ ସେ ଆଇଜିଏଚ୍‌ ପରିସରରେ ନିର୍ମିତ ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ସୁପର ସ୍ପେସିଆଲିଟି ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି । ଲୋକାର୍ପଣ ହେବା ପରେ ହସ୍ପିଟାଲ ପରିସର ବୁଲି ଦେଖିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣରେ ଖର୍ଚ୍ଚ ହୋଇଛି ପ୍ରାୟ ୨୯୫ କୋଟି ଟଙ୍କା । ଏହି ସୁପର ସ୍ପେସିଆଲିଟି […]

ରାଉରକେଲା: ରାଉରକେଲାର ଆଇଜିଏଚ୍‌ ସୁପର ସ୍ପେସିଆଲିଟି ହସ୍ପିଟାଲ ଉଦଘାଟିତ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଉରକେଲାରେ ଗସ୍ତରେ ଯାଇଥିବା ବେଳେ ସେ ଆଇଜିଏଚ୍‌ ପରିସରରେ ନିର୍ମିତ ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ସୁପର ସ୍ପେସିଆଲିଟି ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି । ଲୋକାର୍ପଣ ହେବା ପରେ ହସ୍ପିଟାଲ ପରିସର ବୁଲି ଦେଖିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣରେ ଖର୍ଚ୍ଚ ହୋଇଛି ପ୍ରାୟ ୨୯୫ କୋଟି ଟଙ୍କା । ଏହି ସୁପର ସ୍ପେସିଆଲିଟି ହସ୍ପିଟାଲରେ ନ୍ୟୁରୋଲୋଜୀ, ନ୍ୟୁରୋ ସର୍ଜରୀ, କାର୍ଡିଓଲୋଜୀ, କାର୍ଡିଓ ଥୋରାସିକ, ଭାସ୍କୁଲାର ସର୍ଜରୀ ଓ ନେଫ୍ରୋଲୋଜୀ ବିଭାଗ କାର୍ଯ୍ଯ କରିବ ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

ଏଗି ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ, ସୁନ୍ଦରଗଡ ସାଂସଦ ଜୁଏଲ ଓରାମ, ସେଲ ଅଧକ୍ଷ୍ୟା ସୋମା ମଣ୍ଡଳ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ମୋହନ ସରକାରକୁ ପୂରିଲା ୨ ବର୍ଷ: ଲୋକପ୍ରିୟତା ତଉଲିବ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ

ଏହା ପୂର୍ବରୁ ରାଉରକେଲା ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ରାଷ୍ଟ୍ରପତି । ୬ ଜଣଙ୍କୁ ସ୍ୱର୍ଣ୍ଣ, ୭୦ ଜଣଙ୍କୁ ରୌପ୍ୟ, ୫ ଜଣଙ୍କୁ ଏଣ୍ଡୋମେଣ୍ଟ ସ୍ୱର୍ଣ୍ଣ ପଦକ ପ୍ରଦାନ କରିଥିଲେ । ୫୪୪ ଜଣଙ୍କୁ ବିଟେକ୍‌ ଡିଗ୍ରୀ ମଧ୍ୟ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ।

ଆହୁରି ପଢ଼ନ୍ତୁ: ଆଜି ପହିଲି ରଜ: ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ, ଘରେ ଘରେ ପିଠାପଣାର ମହକ

21 Mar 2021 By The Sakala

ଆଇଜିଏଚ୍‌ ସୁପର ସ୍ପେସିଆଲିଟି ହସ୍ପିଟାଲ ଉଦଘାଟିତ

ରାଉରକେଲା: ରାଉରକେଲାର ଆଇଜିଏଚ୍‌ ସୁପର ସ୍ପେସିଆଲିଟି ହସ୍ପିଟାଲ ଉଦଘାଟିତ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଉରକେଲାରେ ଗସ୍ତରେ ଯାଇଥିବା ବେଳେ ସେ ଆଇଜିଏଚ୍‌ ପରିସରରେ ନିର୍ମିତ ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ସୁପର ସ୍ପେସିଆଲିଟି ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି । ଲୋକାର୍ପଣ ହେବା ପରେ ହସ୍ପିଟାଲ ପରିସର ବୁଲି ଦେଖିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣରେ ଖର୍ଚ୍ଚ ହୋଇଛି ପ୍ରାୟ ୨୯୫ କୋଟି ଟଙ୍କା । ଏହି ସୁପର ସ୍ପେସିଆଲିଟି ହସ୍ପିଟାଲରେ ନ୍ୟୁରୋଲୋଜୀ, ନ୍ୟୁରୋ ସର୍ଜରୀ, କାର୍ଡିଓଲୋଜୀ, କାର୍ଡିଓ ଥୋରାସିକ, ଭାସ୍କୁଲାର ସର୍ଜରୀ ଓ ନେଫ୍ରୋଲୋଜୀ ବିଭାଗ କାର୍ଯ୍ଯ କରିବ ।

ଏଗି ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ, ସୁନ୍ଦରଗଡ ସାଂସଦ ଜୁଏଲ ଓରାମ, ସେଲ ଅଧକ୍ଷ୍ୟା ସୋମା ମଣ୍ଡଳ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଏହା ପୂର୍ବରୁ ରାଉରକେଲା ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ରାଷ୍ଟ୍ରପତି । ୬ ଜଣଙ୍କୁ ସ୍ୱର୍ଣ୍ଣ, ୭୦ ଜଣଙ୍କୁ ରୌପ୍ୟ, ୫ ଜଣଙ୍କୁ ଏଣ୍ଡୋମେଣ୍ଟ ସ୍ୱର୍ଣ୍ଣ ପଦକ ପ୍ରଦାନ କରିଥିଲେ । ୫୪୪ ଜଣଙ୍କୁ ବିଟେକ୍‌ ଡିଗ୍ରୀ ମଧ୍ୟ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର