‘ବିଶେଷ ଘାତକ ନୁହେଁ ଡେଲଟା ପ୍ଲସ୍ ଭ୍ୟାରିଆଣ୍ଟ ‘- ସ୍ୱାସ୍ଥ୍ୟ ବିଶେଷଜ୍ଞ

The Sakala Picture
Published On

ଭୁବନେଶ୍ୱର: ଡେଲଟା ପ୍ଲସ୍ ଭ୍ୟାରିଆଣ୍ଟ ଵିଶେଷ ଘାତକ ନୁହେଁ । କାରଣ ଯଦି ଏହା ଘାତକ ହୋଇଥାନ୍ତା ତେବେ ଦେବଗଡ଼ ଜିଲ୍ଲାରେ ବ୍ୟାପୀ ସାରିଥାନ୍ତା । ମାତ୍ର ଆମକୁ ସତର୍କ ରହିବାକୁ ପଡ଼ିବ । ଯେହେତୁ ସେ ସୁସ୍ଥ ହୋଇ ସାରିଛନ୍ତି ବର୍ତ୍ତମାନ କୌଣସି କଣ୍ଟାକଟ ଟ୍ରେସିଂର ଆବଶ୍ୟକତା ନାହିଁ । ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଲାଇଫ୍ ସାଇନ୍ସ (ଆଇଏଲ୍‌ଏସ୍‌)ରେ ଜାନୁଆରୀରୁ ଜେନମ ସିକ୍ୟୁଏନିସିଂ କରଯାଇଥିଲା । ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଭଳି ୪ ରାଜ୍ୟରୁ ୩୮୦୦ […]

ଭୁବନେଶ୍ୱର: ଡେଲଟା ପ୍ଲସ୍ ଭ୍ୟାରିଆଣ୍ଟ ଵିଶେଷ ଘାତକ ନୁହେଁ । କାରଣ ଯଦି ଏହା ଘାତକ ହୋଇଥାନ୍ତା ତେବେ ଦେବଗଡ଼ ଜିଲ୍ଲାରେ ବ୍ୟାପୀ ସାରିଥାନ୍ତା । ମାତ୍ର ଆମକୁ ସତର୍କ ରହିବାକୁ ପଡ଼ିବ । ଯେହେତୁ ସେ ସୁସ୍ଥ ହୋଇ ସାରିଛନ୍ତି ବର୍ତ୍ତମାନ କୌଣସି କଣ୍ଟାକଟ ଟ୍ରେସିଂର ଆବଶ୍ୟକତା ନାହିଁ । ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଲାଇଫ୍ ସାଇନ୍ସ (ଆଇଏଲ୍‌ଏସ୍‌)ରେ ଜାନୁଆରୀରୁ ଜେନମ ସିକ୍ୟୁଏନିସିଂ କରଯାଇଥିଲା । ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଭଳି ୪ ରାଜ୍ୟରୁ ୩୮୦୦ ସାମ୍ପୁଲ ଜେନମ ସିକ୍ୟୁଏନିସିଂ ପାଇଁ ସଂଗ୍ରହ କରାଯାଇ ଥିଲା । ସେ ମଧ୍ୟରୁ ଓଡ଼ିଶାରୁ ୧୧୦୦ ସାମ୍ପୁଲ ସଂଗ୍ରହ ହୋଇଥିଲା । ଯେଉଁଥିରୁ ମାତ୍ର ଗୋଟିଏ ଡେଲଟା ପ୍ଲସ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ । ସମଗ୍ର ଦେଶରୁ ୪୬ ହଜାର ସାମ୍ପୁଲ ସଂଗ୍ରହ କରାଯାଇ ଥିଲା ସେଥି ମଧ୍ୟରୁ ୪୮ ଟି କେସ ସାମ୍ନାକୁ ଆସିଛି ଯାହା ମାତ୍ର ୦.୦୧ ପ୍ରତିଶତ । ଆଗାମୀ ଦିନରେ ଏହା କେତେ ପ୍ରଭାବ ରଖିବ ତାହା ଉପରେ ରିସର୍ଚ୍ଚ ଚାଲିଛି । ମାତ୍ର ଆମକୁ ସତର୍କ ହୋଇ ରହିବାକୁ ପଡ଼ିବ । ଯଦି ଆମେ ସତର୍କ ନ ରହିବା ତେବେ ଭାଇରସକୁ ଆମେ ଆମନ୍ତ୍ରଣ କରିବା ଭଳି ହେବ । ଅନଲକ ହେବା ପରେ ସମସ୍ତେ ନିୟମ ମାନନ୍ତୁ । ଅମାନିଆ ହେବା ଆମ ପାଇଁ ବିପଦ ସୃଷ୍ଟି କରି ପାରେ ବୋଲି ଆଇଏଲ୍‌ଏସ୍ ନିର୍ଦ୍ଦେଶକ ଅଜୟ ପରିଡ଼ା କହିଛନ୍ତି ।

ଆହୁରି ପଢ଼ନ୍ତୁ: ଯୌତୁକ ପାଇଁ ନିର୍ଯାତନା: ବୋହୂ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଶ୍ୱଶୁର

କରୋନା ଟିକା ନେବା ପରେ କେତେ ଲୋକ ସଂକ୍ରମିତ ହେଇଛନ୍ତି ତାହାର ଏବେ ତର୍ଜମା ଚାଲିଛି । ରାଜ୍ୟ ସରକାର ଗଠନ କରିଥିବା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ସେଥିରେ ସମସ୍ତ ଜିଲ୍ଲାମାନଙ୍କୁ ରିପୋର୍ଟ ମଗାଯାଇଛି । ଆସନ୍ତା ସପ୍ତାହରେ ଦ୍ୱିତୀୟ ବୈଠକ ବସିବ । ସମସ୍ତ ଡାଟାକୁ ବିଶ୍ଳେଷଣ କରିବା ପରେ ସେ ଦିଗରେ ଅଧିକ ଆଲୋଚନା କରାଯିବ ବୋଲି ଶ୍ରୀ ପରିଡ଼ା ସୂଚିତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବ୍ଲୋସମ୍ସ ସ୍କୁଲରେ ‘ଏଡୁଫେଷ୍ଟ ୨୦୨୬’ ଅନୁଷ୍ଠିତ: ବିଦ୍ୟାର୍ଥୀଙ୍କ ଜ୍ଞାନ, ସୃଜନଶୀଳତା, ପ୍ରତିଭା ଓ ଦକ୍ଷତାର ପ୍ରଦର୍ଶନ ପାଇଁ ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର