ମନୋରଞ୍ଜନ

ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ
ବିବାହ ପୂର୍ବରୁ ଲିଭ୍-ଇନ୍‌ରେ ରହିବାକୁ ପରାମର୍ଶ ଦେଲେ ଭେଟେରାନ୍ ଅଭିନେତ୍ରୀ ଜୀନତ ଅମାନ, କହିଲେ '୧୫ ବର୍ଷ ଦୁଃଖରେ ରହିବା ଅପେକ୍ଷା ୫ ବର୍ଷ ଖୁସି ଭଲ'

ଲଘୁଚାପ ପ୍ରଭାବରେ ଜୁଲାଇ ୬ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

Madhusudan Das Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ରାଜ୍ୟରେ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ ଆଗାମୀ ଦୁଇ ଦିନ ଧରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ସର୍ବାଧିକ ବର୍ଷା ହେବାର ଅନୁମାନ କରାଯାଉଛି। ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ଲୋକମାନଙ୍କୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି: ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଓଡ଼ିଆ ଯୁବତୀ ମୃତ, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର (ଆରଏମସି)ର ସୂଚନା ଅନୁଯାୟୀ, ପ୍ରବଳ ବର୍ଷା ଆଶଙ୍କା ଥିବାରୁ କେତେକ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା, ଝାରସୁଗୁଡ଼ା, ଗଞ୍ଜାମ ଏବଂ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଏବଂ ବୌଦ୍ଧ ସମେତ ଅନ୍ୟ କେତେକ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସବୁ ଅଞ୍ଚଳର ଲୋକଙ୍କୁ ସରକାରୀ ପାଣିପାଗ ଅପଡେଟ୍ ଉପରେ ନଜର ରଖିବାକୁ ଏବଂ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ ବିଭାଗ ପରାମର୍ଶ ଦେଇଛି।

ଆହୁରି ପଢ଼ନ୍ତୁ: ହୋଟେଲର ସୁଇମିଂ ପୁଲ୍‌ରେ ବୁଡ଼ି ଯୁବତୀଙ୍କ ମୃତ୍ୟୁ ! ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ପ୍ରତିକୂଳ ପାଗ ଏବଂ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀ ତଥା କର୍ମଚାରୀଙ୍କ ସୁରକ୍ଷା ପାଇଁ କେତେକ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ଅନ୍ୟପକ୍ଷରେ, ଲଗାଣ ବର୍ଷା ଯୋଗୁଁ ଓଡ଼ିଶାର ଅନେକ ସହରାଞ୍ଚଳ ଏବଂ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି। ବର୍ଷା ଯୋଗୁଁ ଲୋକଙ୍କୁ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଥିଲେ ମଧ୍ୟ ସ୍ୱାଭାବିକ ଜନଜୀବନ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ରାସ୍ତାଘାଟରେ ପାଣି ଜମି ରହିବା ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ପକ୍ଷରୁ ଡ୍ରେନେଜ୍ ବ୍ୟବସ୍ଥା ଏବଂ ବନ୍ୟା ପ୍ରବଣ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜରେ ବିଜେଡିର ୨ଟି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌: ମାଆ-ଝିଅଙ୍କୁ ହତ୍ୟା ଓ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ତୀବ୍ର ଉଦ୍‌ବେଗ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି। ପ୍ରବଳ ବେଗରେ ପବନ ବହିବା ସହ ସମୁଦ୍ରର ଅବସ୍ଥା ଖରାପ ରହିବା କାରଣରୁ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। 

03 Jul 2026 By Madhusudan Das

ଲଘୁଚାପ ପ୍ରଭାବରେ ଜୁଲାଇ ୬ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ରାଜ୍ୟରେ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ ଆଗାମୀ ଦୁଇ ଦିନ ଧରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ସର୍ବାଧିକ ବର୍ଷା ହେବାର ଅନୁମାନ କରାଯାଉଛି। ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ଲୋକମାନଙ୍କୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର (ଆରଏମସି)ର ସୂଚନା ଅନୁଯାୟୀ, ପ୍ରବଳ ବର୍ଷା ଆଶଙ୍କା ଥିବାରୁ କେତେକ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା, ଝାରସୁଗୁଡ଼ା, ଗଞ୍ଜାମ ଏବଂ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଏବଂ ବୌଦ୍ଧ ସମେତ ଅନ୍ୟ କେତେକ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସବୁ ଅଞ୍ଚଳର ଲୋକଙ୍କୁ ସରକାରୀ ପାଣିପାଗ ଅପଡେଟ୍ ଉପରେ ନଜର ରଖିବାକୁ ଏବଂ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ ବିଭାଗ ପରାମର୍ଶ ଦେଇଛି।

ପ୍ରତିକୂଳ ପାଗ ଏବଂ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀ ତଥା କର୍ମଚାରୀଙ୍କ ସୁରକ୍ଷା ପାଇଁ କେତେକ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ଅନ୍ୟପକ୍ଷରେ, ଲଗାଣ ବର୍ଷା ଯୋଗୁଁ ଓଡ଼ିଶାର ଅନେକ ସହରାଞ୍ଚଳ ଏବଂ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି। ବର୍ଷା ଯୋଗୁଁ ଲୋକଙ୍କୁ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଥିଲେ ମଧ୍ୟ ସ୍ୱାଭାବିକ ଜନଜୀବନ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ରାସ୍ତାଘାଟରେ ପାଣି ଜମି ରହିବା ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ପକ୍ଷରୁ ଡ୍ରେନେଜ୍ ବ୍ୟବସ୍ଥା ଏବଂ ବନ୍ୟା ପ୍ରବଣ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି। ପ୍ରବଳ ବେଗରେ ପବନ ବହିବା ସହ ସମୁଦ୍ରର ଅବସ୍ଥା ଖରାପ ରହିବା କାରଣରୁ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ବଡ ଖବର

ସମ୍ବନ୍ଧିତ ଖବର