ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ
ଭୁବନେଶ୍ବର: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ଏହି ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ପାଇବେ ନୂତନ ଦରମାରେ ଅନ୍ତର୍ଭୁକ୍ତ ହେବେ । ଏହି ନୂତନ ବର୍ଦ୍ଧିତ ଦରମା ୧.୧. […]
ଭୁବନେଶ୍ବର: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ।
ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ
ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ଏହି ନୂତନ ଦରମା ପାଇବେ। ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ପାଇବେ ନୂତନ ଦରମାରେ ଅନ୍ତର୍ଭୁକ୍ତ ହେବେ । ଏହି ନୂତନ ବର୍ଦ୍ଧିତ ଦରମା ୧.୧. ୨୦୨୨ଠାରୁ ଲାଗୁ ହେବ । ଏହାଦ୍ୱାରା ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଅଧ୍ୟାପକ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୯୨ କୋଟି ଅତିରିକ୍ତ ବ୍ୟୟ ପଡ଼ିବ ।






