ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ପୋଷ୍ୟ ସନ୍ତାନକୁ ମିଳିବ ଅନୁକମ୍ପା ନିଯୁକ୍ତି

କଟକ: ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁଅଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମୃତ ସରକାରୀ କର୍ମଚାରୀଙ୍କ ପତ୍ନୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁତ୍ରକୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ସପକ୍ଷରେ ରାଜ୍ୟ ପ୍ରଶାସନିକ ଟ୍ରିବୁନାଲ (ସ୍ୟାଟ୍‌‌) ୨୦୧୫, ସେପ୍ଟେମ୍ବର ୨୯ରେ ପ୍ରଦାନ କରିଥିବା ରାୟକୁ ହାଇକୋର୍ଟ କାଏମ ରଖିଛନ୍ତି। ଅନ୍ୟପଟରେ ସ୍ୟାଟ୍‌‌ ରାୟ ବିରୋଧରେ ରାଜ୍ୟ ସରକାର ଦାୟର କରିଥିବା […]

କଟକ: ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁଅଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମୃତ ସରକାରୀ କର୍ମଚାରୀଙ୍କ ପତ୍ନୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁତ୍ରକୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ସପକ୍ଷରେ ରାଜ୍ୟ ପ୍ରଶାସନିକ ଟ୍ରିବୁନାଲ (ସ୍ୟାଟ୍‌‌) ୨୦୧୫, ସେପ୍ଟେମ୍ବର ୨୯ରେ ପ୍ରଦାନ କରିଥିବା ରାୟକୁ ହାଇକୋର୍ଟ କାଏମ ରଖିଛନ୍ତି। ଅନ୍ୟପଟରେ ସ୍ୟାଟ୍‌‌ ରାୟ ବିରୋଧରେ ରାଜ୍ୟ ସରକାର ଦାୟର କରିଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ବିଚାରପତି ଡକ୍ଟର ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ତରଫରୁ ଦାୟର ଆବେଦନର ଶୁଣାଣି କରି ଏପରି ରାୟ ପ୍ରଦାନ କରିଛନ୍ତି। ଆସନ୍ତା ଚାରି ସପ୍ତାହ ଭିତରେ ସ୍ୟାଟ୍‌‌ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ କହିଛନ୍ତି ଖଣ୍ଡପୀଠ। ଓସିଏସ୍‌‌ (ଆରଏ) ନିୟମାବଳୀ, ୧୯୯୦ ଅନୁସାରେ ପଞ୍ଜୀକୃତ ଦଲିଲ ମାଧ୍ୟମରେ ଆଇନ ଅନୁଯାୟୀ ପୋଷ୍ୟ ଭାବେ ଗ୍ରହଣ କରାଯାଇଥିବା ପୁଅ ଅନୁକମ୍ପାମୂଳକ ନିଯୁକ୍ତି ପାଇବେ। କର୍ମଚାରୀଙ୍କ ମୃତ୍ୟୁ ପରେ ପଞ୍ଜୀକୃତ କରାଯାଇଥିବା ପୋଷ୍ୟ ସନ୍ତାନ ଦଲିଲକୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ବେଳେ ବିଚାରକୁ ନିଆଯିବ ନାହିଁ ବୋଲି ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ୧୯୯୬, ଅକ୍ଟୋବର ୧୦ର ଆଦେଶପତ୍ର ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ହାଇକୋର୍ଟ କହିବା ସହ ଏହାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ୧୯୯୦ ନିୟମାବଳୀର ବିରୁଦ୍ଧାଚରଣ କରିବା ସହିତ ପକ୍ଷଙ୍କ ମୌଳିକ ଅଧିକାର ଉଲ୍ଲଂଘନ କରୁଛି ବୋଲି ହାଇକୋର୍ଟ ମତ ଦେବା ସହିତ ସରକାରଙ୍କ ଆବେଦନକୁ ଖାରଜ କରିଛନ୍ତି।

ମାମଲାରୁ ପ୍ରକାଶ ଯେ, ବାଲିଗୁଡ଼ା ବ୍ଲକ ଶିକ୍ଷାଅଧିକାରୀ(ବିଇଓ)ଙ୍କ ଅଧୀନ କେଟିଙ୍ଗା ୟୁପି ସ୍କୁଲରେ ସହକାରୀ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ବେଳେ ୱଲିୟମ ସିଂଙ୍କ ୧୯୯୨, ଏପ୍ରିଲ ୯ରେ ପରଲୋକ ହୋଇଥିଲା। ତାଙ୍କ ମୃତ୍ୟୁ ପରେ ପତ୍ନୀ ନିରଞ୍ଜନା ସିଂ ଜଣଙ୍କୁ ପୋଷ୍ୟ ପୁଅ ଭାବେ ଗ୍ରହଣ ନେଇ ଦଲିଲ ପଞ୍ଜୀକରଣ କରାଇଥିଲେ। ଏହାପରେ ପୋଷ୍ୟ ପୁଅଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ଦରଖାସ୍ତ କରିବାରୁ ତାଙ୍କୁ ମାସ୍କାପଙ୍ଗା ପ୍ରାଥମିକ ସ୍କୁଲରେ ସହକାରୀ ଶିକ୍ଷକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଥିଲା। ୧୯୯୩, ନଭେମ୍ବର ୨୦ରେ ତାଙ୍କୁ ଅନ୍ୟାଦେଶ ପର୍ଯ୍ୟନ୍ତ କାର୍ଯ୍ୟ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।ଏପରିକି ପରେ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିଲା। ପୋଷ୍ୟପୁତ୍ର ପ୍ରମାଣ ସିଦ୍ଧ ପାଇଁ ସେ ବାଲିଗୁଡ଼ା ସିଭିଲ ଜଜ୍‌‌ (ଏସଡି) ଅଦାଲତରେ ମାମଲା ଦାୟର କରିଥିଲେ।

About The Author: The Sakala