ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦% ପ୍ରାର୍ଥୀ ଦେବ ବିଜେଡି: ଦଳୀୟ କାର୍ଯ୍ୟକାରୀଣି ବୈଠକରେ ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ୱର: ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ସହିତ ସେମାନଙ୍କୁ ନ୍ୟାର୍ଯ୍ୟ ରାଜନୈତିକ ଅଧିକାର ପ୍ରଦାନ ପାଇଁ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଆଜି ଐତିହାସିକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ଓ ପୌରପାଳିକା ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦେବା ସଂକ୍ରାନ୍ତରେ କାର୍ଯ୍ୟକାରିଣୀରେ ସର୍ବସମ୍ମତ ମତ ପ୍ରକାଶ ପାଇବା ସହିତ ଏହା ଉପରେ ମୋହର ଲାଗିଛି। ବିଜେଡି କାର୍ଯ୍ୟକାରିଣୀରେ ଏହି ପ୍ରସଙ୍ଗ ଉପରେ ଆଜି ବିସ୍ତୃତ ଆଲୋଚନା ହୋଇଥିଲା। ବିଜେଡି ସାଂଗଠନିକ […]

ଭୁବନେଶ୍ୱର: ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ସହିତ ସେମାନଙ୍କୁ ନ୍ୟାର୍ଯ୍ୟ ରାଜନୈତିକ ଅଧିକାର ପ୍ରଦାନ ପାଇଁ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଆଜି ଐତିହାସିକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ଓ ପୌରପାଳିକା ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦେବା ସଂକ୍ରାନ୍ତରେ କାର୍ଯ୍ୟକାରିଣୀରେ ସର୍ବସମ୍ମତ ମତ ପ୍ରକାଶ ପାଇବା ସହିତ ଏହା ଉପରେ ମୋହର ଲାଗିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ବିଜେଡି କାର୍ଯ୍ୟକାରିଣୀରେ ଏହି ପ୍ରସଙ୍ଗ ଉପରେ ଆଜି ବିସ୍ତୃତ ଆଲୋଚନା ହୋଇଥିଲା। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତ୍ରିସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦେବାପାଇଁ ବୈଠକରେ ପ୍ରସ୍ତାବ ଆଗତ କରିଥିଲେ। ସର୍ବସମ୍ମତ କ୍ରମେ ପ୍ରସ୍ତାବ ସପକ୍ଷରେ ମତପ୍ରକାଶ ପାଇବାପରେ ଏହାକୁ ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା ଯାହାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁଜ ସଙ୍କେତ ପ୍ରଦାନ କରିଛନ୍ତିି। ଏହା ଫଳରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ହେବା ନିଶ୍ଚିତ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ଉଲ୍ଲେଖନୀୟ ଯେ ନିକଟରେ ମାନ୍ୟବର ସୁପ୍ରିମ୍‍ କୋର୍ଟଙ୍କ ରାୟ ପରେ ସାରା ଦେଶରେ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ପଞ୍ଚାୟତିରାଜ ଓ ପୌରପାଳିକା ନିର୍ବାଚନରୁ ଉଠାଇ ଦିଆଯାଇଥିବାରୁ ଏହି ଜାତୀୟ ପ୍ରସଙ୍ଗ ଉପରେ ପଛୁଆବର୍ଗଙ୍କୁ ଉପଯୁକ୍ତ ନ୍ୟାୟ ଦେବାପାଇଁ ବିଜୁ ଜନତା ଦଳ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛି। କେନ୍ଦ୍ର ସରକାର ଏ ଦିଗରେ ଯାହା ଆଇନ୍‍ଗତ ଏବଂ ବୈଧାନିକ ନିଷ୍ପତ୍ତି ନେବେ ଉଭୟ ବିଜୁ ଜନତା ଦଳ ଏବଂ ସରକାର ତାକୁ ଆନ୍ତରିକତାର ସହ ସମର୍ଥନ କରିବେ।
କାର୍ଯ୍ୟକାରିଣୀ ସଦସ୍ୟମାନେ ଦର୍ଶାଇଥିଲେ ଯେ ବିଜୁ ଜନତା ଦଳ ସବୁବେଳେ ଆର୍ଥିକ ଅନଗ୍ରସର ବର୍ଗର ଜନସାଧାରଣଙ୍କ ଉନ୍ନତି ଏବଂ ସମାନ ଅଧିକାର ପାଇଁ ସବୁ ରକମର ପଦକ୍ଷେପ ଗ୍ରହଣ କରିଆସୁଛି। ନିକଟରେ ମହିଳାଙ୍କ ପାଇଁ ସଂସଦ ଏବଂ ବିଧାନସଭାରେ ଏକ ତୃତୀୟାଂଶ ସ୍ଥାନ ସଂରକ୍ଷଣ ଲାଗି ଆହ୍ୱାନ ଦେଇ ସମଗ୍ର ଭାରତ ବର୍ଷରେ ଆଲୋଡନ ସୃଷ୍ଟି କରିଥିବା ବିଜୁ ଜନତା ଦଳ ପ୍ରଥମେ ନିଜ ଆଡୁ ୨୦୧୯ ଲୋକସଭା ନିର୍ବାଚନରେ ଏକ ତୃତୀୟାଂଶ ମହିଳାଙ୍କୁ ପ୍ରାର୍ଥୀ କରି ସମଗ୍ର ଦେଶ ପାଇଁ ଉଦାହରଣ ସୃଷ୍ଟି କରିଥିଲା।

ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନରେ ବିଜୁ ଜନତା ଦଳ ରାଜ୍ୟର ଆର୍ଥିକ ଅନଗ୍ରସର ବର୍ଗଙ୍କ ସଶକ୍ତିକରଣ ପ୍ରତି ନିଜର ପ୍ରତିବଦ୍ଧତା ପୁନଶ୍ଚ ଦୋହରାଇ ଆଜି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସର୍ବସମ୍ମତି କ୍ରମେ ଏକ ଐତିହାସିକ ପ୍ରସ୍ତାବ ପାରିତ କରିଛି। ତଦନୁଯାୟୀ ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ଓ ପୌରପାଳିକା ନିର୍ବାଚନରେ ଦଳ ଅନ୍ୟୁନ ୪୦ ପ୍ରତିଶତ ପଛୁଆ ବର୍ଗର ପ୍ରାର୍ଥୀଙ୍କୁ ପ୍ରତିଦ୍ୱନ୍ଦିତା କରିବା ନିମନ୍ତେ ମନୋନୀତ କରି ସେମାନଙ୍କୁ ତାଙ୍କର ନ୍ୟାର୍ଯ୍ୟ ରାଜନୈତିକ ଅଧିକାର ପ୍ରଦାନ କରିବ।

ଆଜିର ଏହି କାର୍ଯ୍ୟକାରିଣୀ ବୈଠକରେ ବିଜେଡି ସାଂଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ, ଦଳର ଉପସଭାପତି ତଥା ବରିଷ୍ଠ ବିଧାୟକ ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ସର୍ବଶ୍ରୀ ପ୍ରତାପ ଜେନା, ଅରୁଣ ସାହୁ, ସମୀର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଜଗନ୍ନାଥ ସାରକା, ବିଧାୟକ ସର୍ବଶ୍ରୀ ପ୍ରଫୁଲ ସାମଲ, ଅତନୁ ସବ୍ୟସାଚୀ ନାୟକ, ଧ୍ରୁବ ସାହୁ, ପ୍ରୀତି ରଞ୍ଜନ ଘଡାଇ, ଚନ୍ଦ୍ର ସାରଥି ବେହେରା, ରୋହିତ ପୂଜାରୀ, ଅନନ୍ତ ନାରାୟଣ ଜେନା, ଶ୍ରୀକାନ୍ତ ସାହୁ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ପ୍ରଶାନ୍ତ ମୁଦୁଲି, ସୁଶାନ୍ତ ରାଉତ, ରମେଶ ବେହେରା, ବ୍ରଜ କିଶୋର ପ୍ରଧାନ, ସାଂସଦ ସର୍ବଶ୍ରୀ ଡକ୍ଟର ସସ୍ମିତ ପାତ୍ର, ସୁବାସ ସିଂହ, ମୁନ୍ନା ଖାଁ, ରାଜଶ୍ରୀ ମଲ୍ଲିକ ଏବଂ ସାଧାରଣ ସମ୍ପାଦକ ସର୍ବଶ୍ରୀ ମାନସ ମଙ୍ଗରାଜ, ଲୋପାମୁଦ୍ରା ବକ୍ସିପାତ୍ର, ଶ୍ରୀମୟୀ ମିଶ୍ର, ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଅରୂପ ପଟ୍ଟନାୟକ, କଳିକେଶ ନାରାୟଣ ସିଂହଦେଓ, ସାନନ୍ଦ ମାରାଣ୍ଡି, ସ୍ୱାଧୀନ ନାୟକ ଏବଂ ଦେବାଶିଷ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟ ସଦସ୍ୟମାନେ ଭର୍ଚୁଆଲ ଜରିଆରେ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇଥିଲେ।

25 Dec 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର