ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୬୧୫ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬୧୫ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ 678 ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୪୧୩୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬୧୫ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ 678 ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୪୧୩୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୪୨ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଅନୁଗୁଳରୁ ୭୨ , ବାଲେଶ୍ୱରରୁ ୯୮ , ବରଗଡ଼ ୫ , ଭଦ୍ରକ ୬୦ , ବଲାଙ୍ଗୀର ୭ , ବୌଦ୍ଧ ୧୧ , କଟକ ୨୨୯ , ଦେବଗଡ଼ ୯ , ଢେଙ୍କାନାଳ ୩୦ , ଗଜପତି ୨, ଗଞ୍ଜାମ ୭ , ଜଗତସିଂହପୁର ୯୬ , ଯାଜପୁର ୭୦ , ଝାରସୁଗୁଡ଼ା ୧୦ , କଳାହାଣ୍ଡି ୨ , କନ୍ଧମାଳ ୧୪ , କେନ୍ଦ୍ରାପଡ଼ା ୪୦ , କେନ୍ଦୁଝର ୧୫ , କୋରାପୁଟ ୪ , ମାଲକାନଗିରି ୪ , ମୟୂରଭଞ୍ଜ ୪୮ , ନବରଙ୍ଗପୁର ୧୨ , ନୟାଗଡ଼ ୪୨ , ନୂଆପଡ଼ା ୫ , ପୁରୀ ୧୨୩ , ରାୟଗଡ଼ା ୯ , ସମ୍ୱଲପୁର ୧୬ , ସୋନପୁର ୯ , ସୁନ୍ଦରଗଡ଼ ୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର