ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ବଢିଲା ଜିଲ୍ଲା ପରିଷଦ ଓ ସରପଞ୍ଚଙ୍କ ଦରମା, ଜାଣନ୍ତୁ କାହାର କେତେ ବଢିଲା…….

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee ମଧ୍ୟ […]

ଭୁବନେଶ୍ବର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee ମଧ୍ୟ 300 ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା DA+SF ମଧ୍ୟ 300ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା DA+SFମଧ୍ୟ 300ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ OAV ପ୍ରିନ୍ସପାଲ୍, SHG ମହିଳାଙ୍କ ବିଲ୍‌ କରିବା ପାଇଁ ନେଉଥିଲେ ୧୦ ହଜାର ଲାଞ୍ଚ

ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ । ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ। ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷ ,ଉପାଧକ୍ଷ ,ପଞ୍ଚାୟତ ସମିତି ସଭ୍ୟ , ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା DA+SF 240 ଟଙ୍କାରୁ 480 ଟଙ୍କାକୁ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ। ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ । ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ (Irrecoverable Loss of both eyes, hands and feet) ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ (Irrecoverable Loss of one eye, one hand or one leg) ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।

12 Mar 2024 By The Sakala

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ବଢିଲା ଜିଲ୍ଲା ପରିଷଦ ଓ ସରପଞ୍ଚଙ୍କ ଦରମା, ଜାଣନ୍ତୁ କାହାର କେତେ ବଢିଲା…….

ଭୁବନେଶ୍ବର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee ମଧ୍ୟ 300 ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା DA+SF ମଧ୍ୟ 300ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା DA+SFମଧ୍ୟ 300ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି।

ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ । ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ। ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷ ,ଉପାଧକ୍ଷ ,ପଞ୍ଚାୟତ ସମିତି ସଭ୍ୟ , ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା DA+SF 240 ଟଙ୍କାରୁ 480 ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ। ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ । ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ (Irrecoverable Loss of both eyes, hands and feet) ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ (Irrecoverable Loss of one eye, one hand or one leg) ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର