ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ ବଞ୍ଚାଇ ରଖିବାରେ ହସ୍ତତନ୍ତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହା ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ କୁଟୀର ଶିଳ୍ପ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକଙ୍କର ଜୀବିକାର ମାଧ୍ୟମ ହୋଇଛି । ଅତ୍ୟନ୍ତ କଳାତ୍ମକ ଡିଜାଇନ , ନିଖୁଣ ଏବଂ ସୁନ୍ଦର ରୁପରେଖ ପାଇଁ ଓଡ଼ିଶାର ହସ୍ତତନ୍ତ ଦେଶବିଦେଶରେ ଏଜ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ରାଜ୍ୟରେ ବୁଣାକାର ମାନଙ୍କ ସାମାଜିକ-ଅର୍ଥନୈତିକ ସଶକ୍ତିକରଣକୁ ସୁଗମ କରିବା ସହିତ ଓଡ଼ିଶାର […]

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ ବଞ୍ଚାଇ ରଖିବାରେ ହସ୍ତତନ୍ତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହା ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ କୁଟୀର ଶିଳ୍ପ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକଙ୍କର ଜୀବିକାର ମାଧ୍ୟମ ହୋଇଛି । ଅତ୍ୟନ୍ତ କଳାତ୍ମକ ଡିଜାଇନ , ନିଖୁଣ ଏବଂ ସୁନ୍ଦର ରୁପରେଖ ପାଇଁ ଓଡ଼ିଶାର ହସ୍ତତନ୍ତ ଦେଶବିଦେଶରେ ଏଜ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ରାଜ୍ୟରେ ବୁଣାକାର ମାନଙ୍କ ସାମାଜିକ-ଅର୍ଥନୈତିକ ସଶକ୍ତିକରଣକୁ ସୁଗମ କରିବା ସହିତ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ୍ର ଐତିହକୁ ସଂରକ୍ଷିତ ରଖିବା ପାଇଁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ବିଭିନ୍ନ ବିକାଶମୂଳକ ଏବଂ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକ୍ରମ କରାଯାଇଛି। ବୁଣାକାରମାନଙ୍କୁ ରାଜ୍ୟସରକାରଙ୍କର ଭେଟି । ବୁଣାକାର ଓ ହସ୍ତତନ୍ତ କାରିଗରଙ୍କ ପାଇଁ ଖୁସି ଖବର। ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟସରକାର।

ଆହୁରି ପଢ଼ନ୍ତୁ: ନୋଜ୍-ହ୍ୱିଲରେ ତ୍ରୁଟି ଯୋଗୁଁ ଫୁକେଟ୍ ବିମାନବନ୍ଦରରେ ହାର୍ଡ ଲ୍ୟାଣ୍ଡିଂ କଲା ଏୟାର ଇଣ୍ଡିଆ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର। ରାଜ୍ୟରେ ୬୬, ୧୪୧ ବୁଣାକାର ପରିବାର ରହିଛନ୍ତି । ୧ ଲକ୍ଷ ୨୪ ହଜାର ୮୪ ଜଣ ବୁଣାକାର ଅଛନ୍ତି ସେହିପରି ୫୬ ହଜାର ୫୬୯ ସଂଖ୍ୟକ ତନ୍ତ ରହିଛି । ଆଗରୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ ଦିଆଯାଉଥିଲା । ଏବେ ଏହାକୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୧ ଲକ୍ଷ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ବୁଣାକାର ମାନଙ୍କ ରୋଜଗାର ସୁନିଶ୍ଚିତ କରିବା, ଅର୍ଥନୈତିକ ଅବସ୍ତାକୁ ସୁଦୃଢ କରିବା ଓ ସୁରକ୍ଷିତ କରିବା ଏହି ଯୋଜନା ଗୁଡ଼ିକର ଲକ୍ଷ୍ୟ ଓ ଉଦ୍ଦେଶ୍ୟ। ଏହି ପ୍ରୟାସ ଏବଂ ହସ୍ତକ୍ଷେପ ଫଳରେ ରାଜ୍ୟରେ ହସ୍ତତନ୍ତ କ୍ଷେତ୍ରରେ ଅଭିବୃଦ୍ଧି ହେବ।

ଆହୁରି ପଢ଼ନ୍ତୁ: ଜମ୍ମୁ: ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କ ଉପରେ ଗୁଳିମାଡ଼, ୨୦ ବର୍ଷ ଧରି ହତ୍ୟା ଷଡ଼ଯନ୍ତ୍ର ରଚୁଥିଲା ଆକ୍ରମଣକାରୀ

12 Oct 2023 By The Sakala

ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ ବଞ୍ଚାଇ ରଖିବାରେ ହସ୍ତତନ୍ତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହା ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ କୁଟୀର ଶିଳ୍ପ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକଙ୍କର ଜୀବିକାର ମାଧ୍ୟମ ହୋଇଛି । ଅତ୍ୟନ୍ତ କଳାତ୍ମକ ଡିଜାଇନ , ନିଖୁଣ ଏବଂ ସୁନ୍ଦର ରୁପରେଖ ପାଇଁ ଓଡ଼ିଶାର ହସ୍ତତନ୍ତ ଦେଶବିଦେଶରେ ଏଜ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ରାଜ୍ୟରେ ବୁଣାକାର ମାନଙ୍କ ସାମାଜିକ-ଅର୍ଥନୈତିକ ସଶକ୍ତିକରଣକୁ ସୁଗମ କରିବା ସହିତ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ୍ର ଐତିହକୁ ସଂରକ୍ଷିତ ରଖିବା ପାଇଁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ବିଭିନ୍ନ ବିକାଶମୂଳକ ଏବଂ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକ୍ରମ କରାଯାଇଛି। ବୁଣାକାରମାନଙ୍କୁ ରାଜ୍ୟସରକାରଙ୍କର ଭେଟି । ବୁଣାକାର ଓ ହସ୍ତତନ୍ତ କାରିଗରଙ୍କ ପାଇଁ ଖୁସି ଖବର। ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟସରକାର।

ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର। ରାଜ୍ୟରେ ୬୬, ୧୪୧ ବୁଣାକାର ପରିବାର ରହିଛନ୍ତି । ୧ ଲକ୍ଷ ୨୪ ହଜାର ୮୪ ଜଣ ବୁଣାକାର ଅଛନ୍ତି ସେହିପରି ୫୬ ହଜାର ୫୬୯ ସଂଖ୍ୟକ ତନ୍ତ ରହିଛି । ଆଗରୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ ଦିଆଯାଉଥିଲା । ଏବେ ଏହାକୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୧ ଲକ୍ଷ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ବୁଣାକାର ମାନଙ୍କ ରୋଜଗାର ସୁନିଶ୍ଚିତ କରିବା, ଅର୍ଥନୈତିକ ଅବସ୍ତାକୁ ସୁଦୃଢ କରିବା ଓ ସୁରକ୍ଷିତ କରିବା ଏହି ଯୋଜନା ଗୁଡ଼ିକର ଲକ୍ଷ୍ୟ ଓ ଉଦ୍ଦେଶ୍ୟ। ଏହି ପ୍ରୟାସ ଏବଂ ହସ୍ତକ୍ଷେପ ଫଳରେ ରାଜ୍ୟରେ ହସ୍ତତନ୍ତ କ୍ଷେତ୍ରରେ ଅଭିବୃଦ୍ଧି ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର