ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ମେୟର, ଡେପୁଟି ମେୟର ଓ କର୍ପୋରେଟରଙ୍କ ଦରମା

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି। ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ […]

ଭୁବନେଶ୍ବର : ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି ବେଦାନ୍ତ

ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍‌.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ବିଜେଡିର ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅଗଷ୍ଟ ୧୫ ସୁଦ୍ଧା ଜିଲ୍ଲା ଓ ବ୍ଲକ କମିଟି ପୁନର୍ଗଠନ ପାଇଁ ଜିଲ୍ଲା ସଭାପତିଙ୍କୁ ନବୀନଙ୍କ ପରାମର୍ଶ

ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍‌.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର ଷ୍ଟାଣ୍ଡିଙ୍ଗ କମିଟିର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଇଣ୍ଡିଆକୁ ଶକ୍ତ ଝଟକା: ଓଡ଼ିଶାର ୧୦୯୧ ଗାଁରେ ନାହିଁ ମୋବାଇଲ୍‌ ନେଟ୍‌ୱର୍କ, ରାୟଗଡ଼ାରେ ସର୍ବାଧିକ

ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି।ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ। ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି.ରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି।

13 Mar 2024 By The Sakala

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ମେୟର, ଡେପୁଟି ମେୟର ଓ କର୍ପୋରେଟରଙ୍କ ଦରମା

ଭୁବନେଶ୍ବର : ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।

ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍‌.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍‌.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର ଷ୍ଟାଣ୍ଡିଙ୍ଗ କମିଟିର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।

ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି।ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ। ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି.ରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର