ଟୋକିଓ ଅଲିମ୍ପିକ୍ସ: ଦୀର୍ଘ ୪୧ ବର୍ଷ ପରେ ପୁରୁଷ ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ପଦକ

The Sakala Picture
Published On

ଟୋକିଓ: ପୁରୁଷ ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ପଦକ । ଜର୍ମାନୀକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଭାରତ । ଦୀର୍ଘ ୪୧ ବର୍ଷ ପରେ ଭାରତ ହକିରେ ପଦକ ଜିତିଛି । ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି ଭାରତ। ଭାରତବାସୀ ଏହି ଐତିହାସିକ ବିଜୟକୁ ପାଳନ କରୁଛନ୍ତି। ଭାରତ ପକ୍ଷରୁ ଆଜି ସିମରନଜୀତ୍ ସିଂହ ଦୁଇଟି ଗୋଲ କରିଥିବା ବେଳେ ରୁପିନ୍ଦର ପଲ୍‌, ହରମନପ୍ରୀତ୍ ସିଂହ ଓ ହାର୍ଦ୍ଦିକ ସିଂହ […]

ଟୋକିଓ: ପୁରୁଷ ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ପଦକ । ଜର୍ମାନୀକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଭାରତ । ଦୀର୍ଘ ୪୧ ବର୍ଷ ପରେ ଭାରତ ହକିରେ ପଦକ ଜିତିଛି । ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି ଭାରତ। ଭାରତବାସୀ ଏହି ଐତିହାସିକ ବିଜୟକୁ ପାଳନ କରୁଛନ୍ତି।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ଭାରତ ପକ୍ଷରୁ ଆଜି ସିମରନଜୀତ୍ ସିଂହ ଦୁଇଟି ଗୋଲ କରିଥିବା ବେଳେ ରୁପିନ୍ଦର ପଲ୍‌, ହରମନପ୍ରୀତ୍ ସିଂହ ଓ ହାର୍ଦ୍ଦିକ ସିଂହ ଗୋଟିଏ ଲେଖାଏଁ ଗୋଲ୍ ଦେଇଥିଲେ। ଏହି ମ୍ୟାଚରେ ଟିମ୍ ଇଣ୍ଡିଆର ଖରାପ ଆରମ୍ଭ କରିଥିଲା, କିନ୍ତୁ ତା’ପରେ କ୍ରମାଗତ ଗୋଲ୍ ସ୍କୋର କରି ଏହା ପ୍ରତ୍ୟାବର୍ତ୍ତନ କରିଥିଲା।

ଆହୁରି ପଢ଼ନ୍ତୁ: ସାବଧାନ! ଶ୍ରୀମନ୍ଦିରରେ ନାହିଁ ‘ପେଡ୍‌ ଭିଆଇପି ଦର୍ଶନ’ ବ୍ୟବସ୍ଥା, ଜାଲ୍‌ ବିଜ୍ଞାପନ ବିରୋଧରେ ଏଫଆଇଆର

ଦ୍ୱିତୀୟ କ୍ୱାର୍ଟର ପ୍ରାରମ୍ଭରେ ଜର୍ମାନୀ ଉପରେ ଏକ ଗୋଲ୍ ଦେଇଥିଲା ଭାରତ। ସିମରନଜୀନ ସିଂହ ଏହି ଗୋଲ୍‌ଟି ଦେଇଥିଲେ। ଆଉ ଏହା ସହିତ ଦୁଇ ଦଳ ବରାବର ସ୍ଥିତିରେ ପହଞ୍ଚି ଯାଇଥିଲେ। କିନ୍ତୁ ଏହା ପରେ ଜର୍ମାନୀ ଦୁଇଟି ଗୋଲ ଦେଇଥିଲା ଏବଂ ୩-୧ରେ ଆଗୁଆ ରହିଥିଲା। ତେବେ ଦ୍ୱିତୀୟ କ୍ୱାର୍ଟର ଶେଷ ବେଳକୁ ଭାରତ ଆଉ ଦୁଇ ଗୋଲ୍‌ ଦେବାରେ ସଫଳ ହୋଇଥିଲା। ଆଉ ଦ୍ୱିତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦୁଇ ଦଳ ୩-୩ରେ ରହିଥିଲେ। ଦ୍ୱିତୀୟ କ୍ୱାର୍ଟରରେ ଭାରତ ପକ୍ଷରୁ ହାର୍ଦ୍ଦିକ ସିଂହ ଓ ହରମନପ୍ରୀତ୍ ସିଂହ ଗୋଟିଏ ଲେଖାଏଁ ଗୋଲ୍ କରିଥିଲେ।

ଆହୁରି ପଢ଼ନ୍ତୁ: ବାହୁଡ଼ାଯାତ୍ରାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ: ଚରମ ବିଫଳତାକୁ ନେଇ ବିଜେଡିର କଡ଼ା ସମାଲୋଚନା

05 Aug 2021 By The Sakala

ଟୋକିଓ ଅଲିମ୍ପିକ୍ସ: ଦୀର୍ଘ ୪୧ ବର୍ଷ ପରେ ପୁରୁଷ ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ପଦକ

ଟୋକିଓ: ପୁରୁଷ ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ପଦକ । ଜର୍ମାନୀକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଭାରତ । ଦୀର୍ଘ ୪୧ ବର୍ଷ ପରେ ଭାରତ ହକିରେ ପଦକ ଜିତିଛି । ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି ଭାରତ। ଭାରତବାସୀ ଏହି ଐତିହାସିକ ବିଜୟକୁ ପାଳନ କରୁଛନ୍ତି।

ଭାରତ ପକ୍ଷରୁ ଆଜି ସିମରନଜୀତ୍ ସିଂହ ଦୁଇଟି ଗୋଲ କରିଥିବା ବେଳେ ରୁପିନ୍ଦର ପଲ୍‌, ହରମନପ୍ରୀତ୍ ସିଂହ ଓ ହାର୍ଦ୍ଦିକ ସିଂହ ଗୋଟିଏ ଲେଖାଏଁ ଗୋଲ୍ ଦେଇଥିଲେ। ଏହି ମ୍ୟାଚରେ ଟିମ୍ ଇଣ୍ଡିଆର ଖରାପ ଆରମ୍ଭ କରିଥିଲା, କିନ୍ତୁ ତା’ପରେ କ୍ରମାଗତ ଗୋଲ୍ ସ୍କୋର କରି ଏହା ପ୍ରତ୍ୟାବର୍ତ୍ତନ କରିଥିଲା।

ଦ୍ୱିତୀୟ କ୍ୱାର୍ଟର ପ୍ରାରମ୍ଭରେ ଜର୍ମାନୀ ଉପରେ ଏକ ଗୋଲ୍ ଦେଇଥିଲା ଭାରତ। ସିମରନଜୀନ ସିଂହ ଏହି ଗୋଲ୍‌ଟି ଦେଇଥିଲେ। ଆଉ ଏହା ସହିତ ଦୁଇ ଦଳ ବରାବର ସ୍ଥିତିରେ ପହଞ୍ଚି ଯାଇଥିଲେ। କିନ୍ତୁ ଏହା ପରେ ଜର୍ମାନୀ ଦୁଇଟି ଗୋଲ ଦେଇଥିଲା ଏବଂ ୩-୧ରେ ଆଗୁଆ ରହିଥିଲା। ତେବେ ଦ୍ୱିତୀୟ କ୍ୱାର୍ଟର ଶେଷ ବେଳକୁ ଭାରତ ଆଉ ଦୁଇ ଗୋଲ୍‌ ଦେବାରେ ସଫଳ ହୋଇଥିଲା। ଆଉ ଦ୍ୱିତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦୁଇ ଦଳ ୩-୩ରେ ରହିଥିଲେ। ଦ୍ୱିତୀୟ କ୍ୱାର୍ଟରରେ ଭାରତ ପକ୍ଷରୁ ହାର୍ଦ୍ଦିକ ସିଂହ ଓ ହରମନପ୍ରୀତ୍ ସିଂହ ଗୋଟିଏ ଲେଖାଏଁ ଗୋଲ୍ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର