ରାଜଧାନୀରେ ନକଲି ଛେନା ଓ ପନିର ବିରୋଧରେ ଜୋରଦାର ଯାଞ୍ଚ; ବିଭିନ୍ନ ମିଠା ଦୋକାନରେ BMC ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ

Madhusudan Das Picture
Published On

ଭୁବନେଶ୍ୱର: ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ ରାଜଧାନୀରେ ନକଲି ଛେନା ଓ ପନିର ବିରୋଧରେ ଜୋରଦାର ହୋଇଛି ଯାଞ୍ଚ। ବିଭିନ୍ନ ମିଠା ଦୋକାନରେ BMC ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ବିଶେଷକରି କେମିକାଲ୍ ଓ ଅସ୍ୱାସ୍ଥ୍ୟକର ଉପାୟରେ ପ୍ରସ୍ତୁତ ପନିର ବିକ୍ରି ହେଉଛି କି ନାହିଁ, ତା’ ଉପରେ ରହିଛି ଟିମ୍‌ର ନଜର। CRP ଛକ ସମେତ ରାଜଧାନୀର ବିଭିନ୍ନ ଅଞ୍ଚଳରେ ଥିବା ମିଠା ଦୋକାନରେ ଯାଞ୍ଚ କରାଯାଉଛି। ମିଠା ପ୍ରସ୍ତୁତିରେ ବ୍ୟବହୃତ ଛେନା, ପନିର ଓ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ମାନ ଯାଞ୍ଚ କରୁଛି ସ୍ୱାସ୍ଥ୍ୟ ବିଭାଗ। ନିୟମ ଉଲ୍ଲଂଘନ କିମ୍ବା ନିମ୍ନମାନର ସାମଗ୍ରୀ ମିଳିଲେ ନମୁନା ସଂଗ୍ରହ ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବା ନେଇ ସୂଚନା ମିଳିଛି। 

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

ପାର୍ବଣ ସମୟରେ ମିଠାର ଚାହିଦା ବଢ଼ୁଥିବାରୁ ନକଲି ଛେନା ଓ ପନିରର କାରବାର ଉପରେ ରୋକ୍ ଲଗାଇବାକୁ ଏହି ଚଢ଼ାଉ ଜାରି ରହିଛି। ଲୋକଙ୍କ ସ୍ୱାସ୍ଥ୍ୟ ସହ ଖେଳୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦେଇଛି BMC।

ଆହୁରି ପଢ଼ନ୍ତୁ: ନବୀନଙ୍କ ଅନୁମୋଦନ: ନଭେମ୍ବର ୩୦ ଯାଏଁ ବଢ଼ିଲା ବିଜେଡିର ଜନ ସମ୍ପର୍କ ପଦଯାତ୍ରା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର