ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ ଯଶୱନ୍ତ କୁମାର ଜେଠୱାଙ୍କୁ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ଦିନ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ପଦୋନ୍ନତି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।
ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଦୁଇ ବରିଷ୍ଠ ଅଧିକାରୀଙ୍କ ପଦୋନ୍ନତି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ରାଜ୍ୟ ସରକାରଙ୍କ ବିଧିବଦ୍ଧ ଅନୁମୋଦନ ପରେ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କୁ ଡିଜିପି ପାହ୍ୟାରେ ଅବସ୍ଥାପିତ କରାଯାଇଛି।
ଏହି ଦୁଇ ଅଧିକାରୀ ଦୀର୍ଘ ଦିନ ଧରି ରାଜ୍ୟ ପୋଲିସ ବିଭାଗରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇ ଆସୁଛନ୍ତି। ପ୍ରଚଳିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ ଏହି ପଦୋନ୍ନତି ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ଆଶା କରାଯାଉଛି।