ମହାପୁରୁଷମାନଙ୍କ ପ୍ରତି ସମ୍ମାନ ଓ କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ: ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଓଡ଼ିଆ ଅସ୍ମିତାକୁ ନେଇ ନବୀନଙ୍କ ପ୍ରଶ୍ନ । ବ୍ୟାସକବିଙ୍କୁ ଅସମ୍ମାନ ଓଡ଼ିଆ ଅସ୍ମିତା କି ? ନବୀନ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ, ଏହା କ’ଣ ଓଡ଼ିଆ ଅସ୍ମିତା ? ମହାପୁରୁଷମାନଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ। ମହାପୁରୁଷମାନଙ୍କ ତ୍ୟାଗ, ସାଧନା ଓ ଦୂରଦୃଷ୍ଟି ଦ୍ୱାରା ଗଢ଼ି ଉଠିଥିବା ଉତ୍କର୍ଷ ଅନୁଷ୍ଠାନ ଜାତିର ଅକ୍ଷୟ କୀର୍ତ୍ତି। ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଅତୁଳନୀୟ ଅବଦାନ […]

ଭୁବନେଶ୍ବର: ଓଡ଼ିଆ ଅସ୍ମିତାକୁ ନେଇ ନବୀନଙ୍କ ପ୍ରଶ୍ନ । ବ୍ୟାସକବିଙ୍କୁ ଅସମ୍ମାନ ଓଡ଼ିଆ ଅସ୍ମିତା କି ? ନବୀନ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ, ଏହା କ’ଣ ଓଡ଼ିଆ ଅସ୍ମିତା ? ମହାପୁରୁଷମାନଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ। ମହାପୁରୁଷମାନଙ୍କ ତ୍ୟାଗ, ସାଧନା ଓ ଦୂରଦୃଷ୍ଟି ଦ୍ୱାରା ଗଢ଼ି ଉଠିଥିବା ଉତ୍କର୍ଷ ଅନୁଷ୍ଠାନ ଜାତିର ଅକ୍ଷୟ କୀର୍ତ୍ତି। ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଅତୁଳନୀୟ ଅବଦାନ ରହିଛି। ଓଡ଼ିଶାର ସାମଗ୍ରିକ ବିକାଶରେ ମୟୂରଭଞ୍ଜ ରାଜପରିବାରର ଅବଦାନ ସମସ୍ତେ ଜାଣନ୍ତି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ସାହିତ୍ୟ, ଶିକ୍ଷା, ସ୍ୱାସ୍ଥ୍ୟ, ସଂସ୍କୃତି ଆଦି ସବୁ କ୍ଷେତ୍ରରେ ସେମାନଙ୍କ ଅବଦାନ ଅସୀମ। ଇତିହାସକୁ ବିକୃତ କରିବା ପାଇଁ କିଛି ଲୋକ ଅପଚେଷ୍ଟା କରୁଛନ୍ତି। ଆଗାମୀ ପୀଢ଼ି ପାଇଁ ଏହା କି ବାର୍ତ୍ତା ଦେବ?

କଥାରେ କୋଣାର୍କ ହୁଏ ନାହିଁ। ଗୋଟିଏ ଅନୁଷ୍ଠାନ ଟିଏ ଗଢ଼ିବା ସହଜ ନୁହେଁ। ଦରକାର ଅନେକ ତ୍ୟାଗ ଓ ତପସ୍ୟା। ସାମୟିକ ସଫଳତାର ଉଲ୍ଲାସରେ ମଦମତ୍ତ ନେତାମାନେ ଆଜି ନୂଆ ଇତିହାସ ଲେଖିବା ଆରମ୍ଭ କରିଛନ୍ତି। ସେମାନେ ମନେ ରଖିବା ଉଚିତ, ହିମାଳୟ ପରି ଉତ୍ତୁଙ୍ଗ ବରପୁତ୍ରମାନଙ୍କ ବ୍ୟକ୍ତିତ୍ୱକୁ ମଳିନ କରିବାକୁ ଚେଷ୍ଟା କଲେ ନିଜର ଅସ୍ତିତ୍ୱ ହରାଇ ବସିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର