ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା

The Sakala Picture
Published On

ଭୁବନେଶ୍ୱର : ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପୂର୍ବ ଦୀଗରୁ ଆସୁଥିବା ପବନ ଯୋଗୁଁ ଏକ ଟ୍ରଫଲାଇନ୍‍ ରହିଛି। ଏହାଦ୍ୱାରା ଗୁରୁବାର କୋରାପୁଟ, ମାଲକାନଗିରି, ରାୟଗଡ଼଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦିରେ ବର୍ଷା ହେବ। ସେହିପରି ଶୁକ୍ରବାର ଗଞ୍ଜାମ, ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବର୍ଷା ଯୋଗୁଁ ପାଗ ମେଘୁଆ […]

ଭୁବନେଶ୍ୱର : ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପୂର୍ବ ଦୀଗରୁ ଆସୁଥିବା ପବନ ଯୋଗୁଁ ଏକ ଟ୍ରଫଲାଇନ୍‍ ରହିଛି। ଏହାଦ୍ୱାରା ଗୁରୁବାର କୋରାପୁଟ, ମାଲକାନଗିରି, ରାୟଗଡ଼଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦିରେ ବର୍ଷା ହେବ। ସେହିପରି ଶୁକ୍ରବାର ଗଞ୍ଜାମ, ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବର୍ଷା ଯୋଗୁଁ ପାଗ ମେଘୁଆ ରହିବ ଓ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ବିଶେଷ ହ୍ରାସ ହେବ ନାହିଁ। ଅନ୍ୟପଟେ ଦୁଇ ଦିନ ପରେ ରାଜ୍ୟରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚଆର ବିଶ୍ୱାସ କହିଛନ୍ତି। ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡ଼ିରେ ରାଜ୍ୟର ତାପମାତ୍ରା ୧୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ମୋଟ୍‍ ୩ ସହରରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି।

ଆହୁରି ପଢ଼ନ୍ତୁ: ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ: ରାଜ୍ୟ ସ୍ୱାର୍ଥ ଅପେକ୍ଷା ନିଜ ସ୍ୱାର୍ଥକୁ ବିଜେପିର ସୁରକ୍ଷା, ୧୦ ପ୍ରଶ୍ନର ଜବାବ୍ ମାଗିଲେ ବିଧାୟକ ଅରୁଣ ସାହୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର