ଦୁଇଦିନ ପ୍ରବଳ ବର୍ଷିବ : ୫ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

The Sakala Picture
Published On

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେଉଛି। ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବ ଗଭୀର ଅବପାତ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ପ୍ରବଳରୁ […]

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେଉଛି। ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବ ଗଭୀର ଅବପାତ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା।

ଆହୁରି ପଢ଼ନ୍ତୁ: ଆମେରିକା ଜାରି କରିଥିବା ଭାରତର ନୂଆ ମାନଚିତ୍ର ଦେଖି ଟେନସନରେ ପାକିସ୍ତାନ ଓ ଚୀନ୍

ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଉତ୍ତର ଭାଗରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି । ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଟ୍ୱିନ୍ ସିଟିକୁ ସତର୍କତା ଜାରି ହୋଇଛି । ଘଣ୍ଟାପ୍ରତି ୨୦ ରୁ ୩୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବର୍ଷା ସତର୍କତା । ପ୍ରବଳ ବର୍ଷା ଫଳରେ ଦୃଶ୍ୟମାନ କ୍ଷମତା କମିବା ସହ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇପାରେ । ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ସ୍ଥିତି ଉପୁଜିପାରେ । ବଜ୍ରପାତ ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଧାନରେ କଟନୀ ଛଟନୀ ଓ ଚାଷୀଙ୍କୁ ଶୋଷଣ ପ୍ରତିବାଦରେ ଆସନ୍ତା ୧୬ରେ ବିଶାଳ ଚାଷୀ ଆନ୍ଦୋଳନ ଡାକରା ଦେଲା ବିଜେଡି


ଅନ୍ୟପକ୍ଷରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨ ଅଗଷ୍ଟ, ବୁଧବାର ଅପରାହ୍ନ ସୁଦ୍ଧା ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୫ ଜିଲ୍ଲାକୁ ଲାଲ୍‌ ଚେତାବନୀ ବା ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ୨୦ ସେଣ୍ଟିମିଟରରୁ ଅଧିକ ପର୍ୟ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା ଓ ପୁରୀ ପ୍ରଭୃତି ୧୩ ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୧୩ ଜିଲ୍ଲାକୁ ଅରେଞ୍ଜ ବା କମଳା ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।


ଅନ୍ୟପକ୍ଷେ ରାଜ୍ୟର ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ନୟାଗଡ଼ ଓ ଗଞ୍ଜାମ ପ୍ରଭୃତି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ।

ଏଣେ ଆଜି ବି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ତୁହାକୁ ତୁହା ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଗତକାଲି ମଧ୍ୟ ଭୁବନେଶ୍ବର ଓ କଟକରେ ପ୍ରବଳ ବର୍ଷା ହୋଇଥିଲା । ଭୁବନେଶ୍ୱର ସଂଧ୍ୟା ୫ରୁ ରାତି ୮ଟା ମଧ୍ୟରେ ମୂଷଳ ଧାରାରେ ବର୍ଷା ହୋଇଥିବାରୁ ଜନଜୀବନ ପ୍ରଭାବିତ ହୋଇଥିଲା । ଅନେକ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଥିଲା । ଭୁବନେଶ୍ୱରରେ ଗତକାଲି ୨୫୮ ମିମି ବର୍ଷା ରେକର୍ଡ କରାଯାଇଥିଲା, ଯାହା କି ୧୨ ବର୍ଷରେ ସର୍ବାଧିକ। ୨୪ ଘଣ୍ଟାରେ ରାଜ୍ୟରେ ଭୁବନେଶ୍ୱରରେ ସବୁଠୁ ଅଧିକ ୨୫୯ ମିଲିମିଟର ବର୍ଷା ହୋଇଛି। ସେହିପରି ଗତ ୨୪ ଘଣ୍ଟାରେ ପୁରୀର ସତ୍ୟବାଦୀରେ ୧୦୬ ମିମି ବର୍ଷା ହୋଇଥିବା ବେଳେ କଟକର କଣ୍ଟାପଡ଼ାରେ ୧୦୧, ଭଦ୍ରକର ତିହିଡ଼ିରେ ୯୭, ଢେଙ୍କାନାଳର ଭୁବନରେ ୯୬, ଭଦ୍ରକର ଭଣ୍ଡାରିପୋଖରୀରେ ୯୩, ପୁରୀ ସହରରେ ୯୦, ଭଦ୍ରକାର ଚାନ୍ଦବାଲିରେ ୮୮.୯, ପିପିଲିରେ ୮୫, ଖୋର୍ଦ୍ଧାର ଜଟଣୀରେ ୮୫, କଟକରେ ୮୩.୨, ମୟୂରଭଞ୍ଜର ରାଇରଙ୍ଗପୁରରେ ୮୨, କେନ୍ଦ୍ରାପଡ଼ାର ରାଜକନିକାରେ ୮୧ ଓ ବରଗଡ଼ର ବରପାଲିରେ ୭୨ ମିମି ବର୍ଷା ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp