ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Madhusudan Das Picture
Published On

ପୁରୀ: ଆଜି ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଅର୍ଥାତ୍‌ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ଲାଗି ହେଉଛି ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥା’ନ୍ତି। ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥା’ନ୍ତି। ଦ୍ୱିତୀୟ ଭୋଗମଣ୍ଡପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ। ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥା’ନ୍ତି। 

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର