ଜଗତସିଂହପୁରରେ ୨୧୪ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟନ କରିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି । ଏହାବ୍ୟତୀତ ୪୩ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ମଧ୍ୟ ରଖିଛନ୍ତି । ଏହାଦ୍ବାରା ଜିଲ୍ଲାର ୧୨ ଲକ୍ଷ ଲୋକ ଉପକାର ପାଇବେ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟନ କରିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି । ଏହାବ୍ୟତୀତ ୪୩ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ମଧ୍ୟ ରଖିଛନ୍ତି । ଏହାଦ୍ବାରା ଜିଲ୍ଲାର ୧୨ ଲକ୍ଷ ଲୋକ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଭର୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାଧାରଣ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏଥି ପାଇଁ ଆମେ କାମ କରୁଛୁ ଓ ଏହା ଆଗକୁ ମଧ୍ୟ ଜାରି ରହିବ । ଜଗତସିଂହପୁର ମା’ ଶାରଳାଙ୍କ ପୀଠ ମାତୃ ପୀଠଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାରାଦୀପ ଠାରେ ବିଜୁ ବାବୁ ଓଡିଶାର ଶିଳ୍ପ ବିକାଶ ପାଇଁ ଭିତ୍ତି ରଖିଥିଲେ । ପାରାଦୀପ ଆଜି ଦେଶର ଏକ ସମୃଦ୍ଧ ବନ୍ଦର ଭାବରେ ଅନେକ ସୁଯୋଗ ସୃଷ୍ଟି କରିଛି ଏବଂ ଆମ ଅର୍ଥନୀତିର ଜୀବନରେଖା ହୋଇଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାଆ ଶାରଳାଙ୍କ ପୀଠ ହେଉଛି ମାତୃ ପୀଠ । ଜିଲ୍ଲାର ମିଶନ ଶକ୍ତିର ମାଆ ମାନେ ଆଜି ବିକଶର ସାରଥୀ ହୋଇଛନ୍ତି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବା ସହିତ ଜିଲ୍ଲାସ୍ତରୀୟ ମିଶନ ଶକ୍ତି ଫେଡେରେସନ ପାଇଁ ୧ କୋଟି ଟଙ୍କା ଓ ବ୍ଲକ୍‌ ସ୍ତରୀୟ ମିଶନ ଶକ୍ତି ଫେଡେରେସନ ପାଇଁ ୫୦ ଲକ୍ଷ ଟଙ୍କାର ଏକ ରିଭଲ୍‌ଭିଂ ଫଣ୍ଡର ବ୍ୟବସ୍ଥା ରଖାଯାଇଛି । ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ଆଗକୁ ନେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ସ୍ବାସ୍ଥ୍ୟସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ଆମର ନୀତି ହେଉଛି ପ୍ରତି ଜୀବନ ମୂଲ୍ୟବାନ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସାରା ଦେଶ ପାଇଁ ଏକ ମଡେଲ ହୋଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଆଜି ପର୍ଯ୍ୟନ୍ତ ଏହି ଯୋଜନାରେ ୮ ଲକ୍ଷ ଲୋକ ଚିକିତ୍ସା ସୁବିଧା ପାଇଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ୧୬୦୦ କୋଟି ରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗତସଂହପୁର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୧୦୨ଟି ସ୍କୁଲର ରୂପାନ୍ତର କରାଯାଇଛି ଏବଂ ଚତୁର୍ଥ ପର୍ଯ୍ୟାୟରେ ଜିଲ୍ଲାର ସମସ୍ତ ସ୍କୁଲକୁ ରୂପାନ୍ତରଣ କରାଯିବ।

ମା ଶରଳା ମନ୍ଦିରକୁ Integrated Development of Heritage & Monuments, and Toursts Destination ଯୋଜନାରେ ସାମିଲ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମା ଙ୍କ ପୀଠର ଉନ୍ନତି ପାଇଁ ୪୨ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ଏବଂ୨୦୨୩ ଡିସେମ୍ବର ସୁଦ୍ଧା ଏହି କାମ ସମ୍ପୂର୍ଣ୍ଣ ହେବ ।

ଏହି କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ  ପ୍ରଶାନ୍ତ କୁମାର ମୁଦୁଲି, ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ତିର୍ତ୍ତୋଲ ବିଧାୟକବିଜୟ ଶଙ୍କରର ଦାସ ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ବିକାଶର ଅଗ୍ରଦୂତ ଭାବେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଯୋଗୁ ଓଡିଶା ଆଜି ସାରା ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ସୁନାମ କରିପାରିଛି। ଜଗତସିଂହପୁରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ଯୋଗୁ ସାରା ଜିଲ୍ଲାବାସୀଙ୍କ ପକ୍ଷରୁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭିକେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଂଚାଳନା କରିଥିବା ବେଳେ ଜଗତ୍ସିଂହପୁର ଜିଲ୍ଲାପାଳ ସ୍ଵାଗତ ଭାଷଣ ଦେଇଥିଲେ।

15 Dec 2022 By The Sakala

ଜଗତସିଂହପୁରରେ ୨୧୪ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟନ କରିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି । ଏହାବ୍ୟତୀତ ୪୩ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ମଧ୍ୟ ରଖିଛନ୍ତି । ଏହାଦ୍ବାରା ଜିଲ୍ଲାର ୧୨ ଲକ୍ଷ ଲୋକ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭର୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାଧାରଣ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏଥି ପାଇଁ ଆମେ କାମ କରୁଛୁ ଓ ଏହା ଆଗକୁ ମଧ୍ୟ ଜାରି ରହିବ । ଜଗତସିଂହପୁର ମା’ ଶାରଳାଙ୍କ ପୀଠ ମାତୃ ପୀଠଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାରାଦୀପ ଠାରେ ବିଜୁ ବାବୁ ଓଡିଶାର ଶିଳ୍ପ ବିକାଶ ପାଇଁ ଭିତ୍ତି ରଖିଥିଲେ । ପାରାଦୀପ ଆଜି ଦେଶର ଏକ ସମୃଦ୍ଧ ବନ୍ଦର ଭାବରେ ଅନେକ ସୁଯୋଗ ସୃଷ୍ଟି କରିଛି ଏବଂ ଆମ ଅର୍ଥନୀତିର ଜୀବନରେଖା ହୋଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାଆ ଶାରଳାଙ୍କ ପୀଠ ହେଉଛି ମାତୃ ପୀଠ । ଜିଲ୍ଲାର ମିଶନ ଶକ୍ତିର ମାଆ ମାନେ ଆଜି ବିକଶର ସାରଥୀ ହୋଇଛନ୍ତି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବା ସହିତ ଜିଲ୍ଲାସ୍ତରୀୟ ମିଶନ ଶକ୍ତି ଫେଡେରେସନ ପାଇଁ ୧ କୋଟି ଟଙ୍କା ଓ ବ୍ଲକ୍‌ ସ୍ତରୀୟ ମିଶନ ଶକ୍ତି ଫେଡେରେସନ ପାଇଁ ୫୦ ଲକ୍ଷ ଟଙ୍କାର ଏକ ରିଭଲ୍‌ଭିଂ ଫଣ୍ଡର ବ୍ୟବସ୍ଥା ରଖାଯାଇଛି । ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ଆଗକୁ ନେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ସ୍ବାସ୍ଥ୍ୟସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ଆମର ନୀତି ହେଉଛି ପ୍ରତି ଜୀବନ ମୂଲ୍ୟବାନ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସାରା ଦେଶ ପାଇଁ ଏକ ମଡେଲ ହୋଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଆଜି ପର୍ଯ୍ୟନ୍ତ ଏହି ଯୋଜନାରେ ୮ ଲକ୍ଷ ଲୋକ ଚିକିତ୍ସା ସୁବିଧା ପାଇଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ୧୬୦୦ କୋଟି ରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗତସଂହପୁର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୧୦୨ଟି ସ୍କୁଲର ରୂପାନ୍ତର କରାଯାଇଛି ଏବଂ ଚତୁର୍ଥ ପର୍ଯ୍ୟାୟରେ ଜିଲ୍ଲାର ସମସ୍ତ ସ୍କୁଲକୁ ରୂପାନ୍ତରଣ କରାଯିବ।

ମା ଶରଳା ମନ୍ଦିରକୁ Integrated Development of Heritage & Monuments, and Toursts Destination ଯୋଜନାରେ ସାମିଲ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମା ଙ୍କ ପୀଠର ଉନ୍ନତି ପାଇଁ ୪୨ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ଏବଂ୨୦୨୩ ଡିସେମ୍ବର ସୁଦ୍ଧା ଏହି କାମ ସମ୍ପୂର୍ଣ୍ଣ ହେବ ।

ଏହି କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ  ପ୍ରଶାନ୍ତ କୁମାର ମୁଦୁଲି, ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ତିର୍ତ୍ତୋଲ ବିଧାୟକବିଜୟ ଶଙ୍କରର ଦାସ ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ବିକାଶର ଅଗ୍ରଦୂତ ଭାବେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଯୋଗୁ ଓଡିଶା ଆଜି ସାରା ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ସୁନାମ କରିପାରିଛି। ଜଗତସିଂହପୁରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ଯୋଗୁ ସାରା ଜିଲ୍ଲାବାସୀଙ୍କ ପକ୍ଷରୁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭିକେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଂଚାଳନା କରିଥିବା ବେଳେ ଜଗତ୍ସିଂହପୁର ଜିଲ୍ଲାପାଳ ସ୍ଵାଗତ ଭାଷଣ ଦେଇଥିଲେ।

https://www.thesakala.in/latest-odisha-news/jagatsinghpur/the-cm-launched-the-rs-214-crore-project-for-jagatsinghpur/article-17390
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର