ଜଗତସିଂହପୁର : ବିସ୍ଫୋରଣରେ ଜଳିଗଲା ବହି ଗୋଦାମ। ଜଗସିଂହପୁର ବାଲିକୁଦା ଥାନା ଜନତା କୋଠି ନିକଟ ବହି ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ବହି ଜଳି ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୩ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
ବହି ଗୋଦାମର ବିସ୍ଫୋରଣ, ଜଳିଗଲା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା